Posted inଫୁରସତ

ସପ୍ତଫେଣୀ ସାପ କାତି ଦେଖି ଲୋକଙ୍କ ପୂଜାର୍ଚ୍ଚନା

କର୍ନାଟକର କନକାପୁରା ନାମକ ଗାଁର ଲୋକେ ସପ୍ତଫେଣୀ ସାପର କାତି ଦେଖିଥିବା କହିଛନ୍ତି। ଏହି ଗାଁର ଲୋକମାନେ ବୁଧବାର ସକାଳୁ ଏପରି ବିରଳ ସାପ କାତି ଦେଖିଥିବା କହିଛନ୍ତି। ହିନ୍ଦୁ ପୌରାଣିକ ଶାସ୍ତ୍ରରେ ଏପରି ସପ୍ତଫେଣୀ ସାପ କଥା ବର୍ଣ୍ଣିତ ଅଛି। ଶେଷନାଗ ସାପକୁ ଭଗବାନ ବିଷ୍ଣୁଙ୍କ ବାହନ କୁହାଯାଏ। କ୍ଷୀରସାଗରରେ ଭଗବାନ ବିଷ୍ଣୁ ଶେଷନାଗ ଉପରେ ଶୟନ କରିଥିଲେ ବୋଲି ଶାସ୍ତ୍ରରେ ବର୍ଣ୍ଣିତ ଅଛି। ଏହି ସାପ ଉପରେ ଅନେକ ଗବେଷଣା ମଧ୍ୟ ହୋଇସାରିଛି ବର୍ତ୍ତମାନ ଏହା ଅଛି କି ନାହିଁ।

ସୋସିଆଲ ମିଡିଆରେ ପୂର୍ବରୁ ବହୁବାର ଏପରି ସାପ ଥିବା ଗୁଜବ ଉଠିସାରିଛି। କେହି କେହି ନକଲି ଫଟୋ ମଧ୍ୟ ସୋସିଆଲ ମିଡିଆରେ ଶେୟାର କରିସାରିଛନ୍ତି। କିନ୍ତୁ ପ୍ରକୃତରେ ଏହି ବିରଳ ସାପ ଅଛି କି ନାହିଁ ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ଆଜିପର୍ଯ୍ୟନ୍ତ ମିଳି ନ ଥିବା ବେଳେ କନକାପୁରା ଗାଁର ଲୋକେ ଏପରି ସାପର କାତି ଦେଖିଥିବା କହିଛନ୍ତି।


ଏକ ରିପୋର୍ଟ ଅନୁସାରେ, ଗାଁ ଲୋକେ କୁହନ୍ତି ୬ ମାସ ତଳେ ଏପରି ସାପର କାତି ଦେଖିଥିଲେ। ଏହା ପରେ ପୂଜାର୍ଚ୍ଚନା କରି ଉକ୍ତ ସ୍ଥାନରେ ଏକ ମନ୍ଦିର ନିର୍ମାଣ କରାଇଛନ୍ତି। ପୁଣି ଏହି ସାପକାତି ଦେଖିବାକୁ ମିଳିଛି। ଲୋକଙ୍କ ମନରେ ଆହୁରି ବିଶ୍ୱାସ ବଢ଼ିଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ସାପ କାତି ଦେଖିବାକୁ ଲୋକଙ୍କ ଭିଡ଼ ଲାଗିଛି। ଲୋକେ ସିନ୍ଦୂର ହଳଦୀ ନେଇ ପୂଜା କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri