ସପ୍ତଶଯ୍ୟା ଉତ୍ସବ ଉଦ୍‌ଘାଟିତ: ମମତାକୁ ପାଥେୟକରି ମା’ ମାଟିର ବିକାଶ କର

ଢେଙ୍କାନାଳ ଅଫିସ,୨୯ା୧୨ – ଢେଙ୍କାନାଳ ଜିଲା ସଦର ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସପ୍ତଶଯ୍ୟା ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ସନ୍ଧ୍ୟାରେ ପ୍ରଥମ ସପ୍ତଶଯ୍ୟା ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଏମ୍‌ପି ମହେଶ ସାହୁ ଯୋଗଦେଇ ଏହାକୁ ଉଦ୍‌ଘାଟନ କରି କହିଲେ ଯେ, ଜନ୍ମ ମାଟିର ଆଦର, ମମତାକୁ ପାଥେୟ କରି ପ୍ରତ୍ୟେକ ନିଜନିଜ କ୍ଷେତ୍ରରେ ମା’ ମାଟିର ବିକାଶ କରିବା ଆବଶ୍ୟକ। ପ୍ରତ୍ୟେକ ଉତ୍ସବର ନାମକରଣ ସହିତ ଏହାକୁ ସମ୍ପୃକ୍ତ ସ୍ଥାନରେ ପାଳନ କଲେ ସେହି କ୍ଷେତ୍ରରେ ବିକାଶ ସହିତ ଅଞ୍ଚଳର ଲୁକ୍କାୟିତ ପ୍ରତିଭାଙ୍କୁ ଲୋକଲୋଚନକୁ ଅଣାଯାଇପାରିବ ବୋଲି ଏମ୍‌ପି କହିଥିଲେ। ମୁଖ୍ୟବକ୍ତା ଭାବେ ଯୋଗଦେଇ ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଲେ ଯେ, ଜିଲାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ସହିତ ପାରିପାର୍ଶ୍ୱିକ ଉନ୍ନତି ପାଇଁ ପ୍ରଶାସନ ସହିତ ଅଞ୍ଚଳବାସୀ ଆଗେଇ ଆସିଲେ କୌଣସି କାର୍ଯ୍ୟ ଅସମ୍ଭବ ହେବନାହିଁ। ସପ୍ତଶଯ୍ୟାଠାରେ ଥିବା ଡୋକ୍ରା ଶିଳ୍ପର ବିକାଶ ପାଇଁ ବହୁବିଧ କାର୍ଯ୍ୟ କରାଯାଉଥିବା ଜିଲାପାଳ ସୂଚନା ଦେଇଥିଲେ। ସପ୍ତଶଯ୍ୟା ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟ ଦୁଷ୍ୟନ୍ତ ଦାସ ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଅନୁଷ୍ଠାନ ଅଧ୍ୟକ୍ଷା ଗାୟିତ୍ରୀ ରଥ ଡୋକ୍ରା ଶିଳ୍ପର ଆନ୍ତର୍ଜାତିକ ବଜାରରେ ଚାହିଦା ସୃଷ୍ଟି ପାଇଁ ଏହି ଅନୁଷ୍ଠାନ କାର୍ଯ୍ୟ କରୁଛି ବୋଲି ସୂଚନା ଦେବା ସହ ଦେଶ ବିଦେଶରୁ ଡିଜାଇନର ଆଣି ଏଠାକାର କାରିଗରମାନଙ୍କୁ ନୂତନ ଚାହିତା ମୁତାବକ ତାଲିମ ପ୍ରଦାନ ସହିତ ଜିଲାରେ ପ୍ରତିଷ୍ଠିତ ହସ୍ତଶିଳ୍ପର ବିକାଶ ପାଇଁ ଫାଉଣ୍ଡେଶନ କାର୍ଯ୍ୟ କରିବ ବୋଲି ପ୍ରକାଶ କରିଥିଲେ। ସପ୍ତଶଯ୍ୟା ଉତ୍ସବ ଏହାର ଏକ ସଂଯୋଗ ସେତୁ ବୋଲି ସେ କହିଥିଲେ। ସ୍ଥାନୀୟ ସରପଞ୍ଚ ଯେସସ ସାହୁ ଅତିଥି ଭାବେ ଯୋଗଦେଇ ଆଗାମୀ ଦିନରେ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମିତି ସଭ୍ୟା ପୁଷ୍ପାଞ୍ଜଳି ବାଘ, ଗ୍ରାମ କମିଟି ସଭାପତି ନବକିଶୋର ସ୍ବାଇଁ, ସମ୍ପାଦକ ପଦ୍ମନାଭ ବାରିକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଉଦ୍‌ବୋଧନ ଦେଇଥିଲେ। ଜିଲା କଳା ସଂସ୍କୃତି ସଂଘର ଉପସଭାପତି ଅବନୀ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଫାଉଣ୍ଡେଶନ ମୁଖ୍ୟ ମନୋରମା ରଥ ଏବଂ କୁମାର ପ୍ରବୀଣ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ସପ୍ତଶଯ୍ୟା ପଞ୍ଚାୟତ କାର୍ଯ୍ୟାଳୟଠାରୁ ବହୁ ସଂଖ୍ୟାରେ କାରିଗର ଓ ଗ୍ରାମବାସୀ ମଶାଲ ଶୋଭାଯାତ୍ରାରେ ନୃତ୍ୟ, ବାଦ୍ୟ ସହିତ ଉତ୍ସବସ୍ଥଳକୁ ଆସିଥିଲେ। ଏହି ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହେଉଥିବା ବେଳେ ରବିବାର ଏହା ଉଦ୍‌ଯାପିତ ହେବ ବୋଲି ଆୟୋଜକଙ୍କ ସୂତ୍ରରୁ ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri