ସପ୍ତାହକ ଭିତରେ ଜେଟ୍‌ର ସ୍ଥିତି ସ୍ପଷ୍ଟ ହେବ: ଏସ୍‌ବିଆଇ ମୁଖ୍ୟ

ନୂଆଦିଲ୍ଲୀ,୨୦-୫: ଆର୍ଥିକ ସଙ୍କଟ କାରଣରୁ ଅସ୍ଥାୟୀଭାବେ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌ର ଭବିଷ୍ୟତକୁ ନେଇ ଏବେ ବି ଅନିଶ୍ଚିତତା ଲାଗି ରହିଛି। ଜେଟ୍‌ ପୁଣିଥରେ କାର୍ଯ୍ୟକ୍ଷମ ହେବା ନେଇ ଏବେ ସୁଦ୍ଧା ସ୍ଥିତି ସ୍ପଷ୍ଟ ନୁହେଁ। ତେବେ ଆସନ୍ତା ଏକ ସପ୍ତାହ ଭିତରେ ଜେଟ୍‌ର ସ୍ଥିତି ସ୍ପଷ୍ଟ ହୋଇଯିବ ବୋଲି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ଅଧ୍ୟକ୍ଷ ରଜନୀଶ କୁମାର କହିଛନ୍ତି। ସେ କହିଛନ୍ତି ଯେ, ଜେଟ୍‌କୁ ପୁନର୍ବାର କାର୍ଯ୍ୟକ୍ଷମ କରିବା ଲାଗି ସମସ୍ତ ପ୍ରକାର ବିକଳ୍ପର ମୂଲ୍ୟାଙ୍କନ କରାଯାଉଛି। ଏହାଛଡ଼ା ଆଇନଗତ ପରାମର୍ଶ ମଧ୍ୟ ନିଆଯାଉଛି। ଜେଟ୍‌ ନିକଟରେ ଅର୍ଥ ପହଞ୍ଚତ୍ବ କି ନା ସେସମ୍ପର୍କରେ ଜାଣିବାକୁ ଉଦ୍ୟମ ହେଉଛି। ସୂଚନାଥାଉ କି, ଜେଟ୍‌ ଏୟାରଓ୍ବେଜ ଠାରୁ ବକେୟା ଋଣ ବାବଦରେ ୮୪୦୦ କୋଟି ଟଙ୍କା ଅସୁଲ ଲାଗି ଏସ୍‌ବିଆଇ ନେତୃତ୍ୱରେ ବ୍ୟାଙ୍କ କନସୋର୍ଟିୟମ କମ୍ପାନୀର ନିୟନ୍ତ୍ରଣ ନିଜ ହାତକୁ ନେଇଛି। ସେମାନେ ଜେଟ୍‌ର ବୃହତ ଅଂଶଧନ ବିକ୍ରି କରିବାକୁ ଉଦ୍ୟମ କରୁଛନ୍ତି। ଏଥିପାଇଁ ଏସ୍‌ବିଆଇ କ୍ୟାପିଟାଲକୁ ଦାୟିତ୍ୱ ମଧ୍ୟ ଦିଆଯାଇଛି। ତେବେ ନିର୍ଦ୍ଦିଷ୍ଟ ଦିବସ ପର୍ଯ୍ୟନ୍ତ ଏଟିହାଦ ଏୟାରଓ୍ବେଜ ସମେତ ୩ଟି କମ୍ପାନୀ ଜେଟ୍‌ର ବିଡିଂ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି। ଅନ୍ୟ କେତେକ ଅନୌପଚାରିକ ଭାବେ ଅଂଶଧନ କିଣିବା ଲାଗି ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri