ସପ୍ତାହକୁ ଥରେ ବସିବ ହାଟ

ରଘୁନାଥପୁର,୨୮ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ଲକ୍‌ଡାଉନକୁ ଅନେକେ ମାନୁ ନ ଥିବା ଦେଖିବାକୁ ମିଳିଛି। ତେଣୁ ପ୍ରଶାସନ କଠୋର ହୋଇଛି। ବ୍ଲକ ଅଧୀନ ରଘୁନାଥପୁର, ରେଢୁଆ ଓ ଜଇପୁର ହାଟରେ ଲୋକଙ୍କ ଗହଳି ହେଉଥିବାରୁ ଏହାକୁ ସପ୍ତାହରେ ୨ ଥର ବଦଳରେ ଥରେ ବସିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ରଘୁନାଥପୁର ତହସିଲଦାର ଶୁକ୍ରବାର ପୋଲିସ ଫୋର୍ସ ସହ ଜଇପୁର ହାଟରେ ପହଞ୍ଚତ୍ ଲୋକଙ୍କୁ ସାମାଜିକ ଦୂରତା ରଖିବା ପାଇଁ ପରାମର୍ଶ ଦେଇଥିଲେ। ସକାଳୁ ଜଇପୁର ହାଟରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଜମା ହୋଇଥିବା ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ରୂପାଲିକା ଦାଶ ଓ ଅତିରିକ୍ତ ତହସିଲଦାର ମାନସ କୁମାର ତ୍ରିପାଠୀ ଦେଖିଥିଲେ। ହାଟରେ ଯେପରି ଗହଳି ନ ହୁଏ ସେ ଦିଗରେ ଦୃଷ୍ଟିଦେବାକୁ ସ୍ଥାନୀୟ ସରପଞ୍ଚ ଓ ହାଟ ନିଲାମଧାରୀଙ୍କ ସହ ସେମାନେ ଆଲୋଚନା କରିଥିଲେ। ହାଟଗୁଡ଼ିକ ପୂର୍ବାହ୍ନ ୯ଘଟିକାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ବାହାରକୁ ଆସୁଥିବା ବ୍ୟକ୍ତି ଉପଯୁକ୍ତ ପ୍ରମାଣ ନ ଦେଖାଇଲେ ଆଇନ ଅନୁସାରେ ଦଣ୍ଡିତ ହେବେ ବୋଲି ଅଧିକାରୀ ଦ୍ୱୟ ପ୍ରକାଶ କରିଛନ୍ତି। ପୋଲିସ ପକ୍ଷରୁ ରଘୁନାଥପୁର, ତାରପୁର ବାଇପାସ, ଜଇପୁର ଛକ, ରେଢୁଆ ହାଟ, ତରିକୁନ୍ଦ ବଜାର ଓ ବିଭିନ୍ନ ଜନଗହଳି ପୂର୍ଣ୍ଣ ଛକରେ ଫୋର୍ସ ମୁତୟନ କରାଯାଇଛି। ଗ୍ରାମ ମଧ୍ୟକୁ ପିସିଆର୍‌ ଭ୍ୟାନ ଯାଇ ପରିସ୍ଥିତି ଉପରେ ନଜର ରଖିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨୫ ବିଦେଶ ଫେରନ୍ତାଙ୍କୁ ସେମାନଙ୍କ ଘରେ ଆଇସୋଲେଶନରେ ରଖାଯାଇଛି। ପ୍ରତ୍ୟେକ ଦିନ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ସୁକାନ୍ତ କୁମାର ଦଳାଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri