କାଶୀନଗର,୨୫।୬(ଡି.ଏନ୍.ଏ.)- କାଶୀନଗର ଏନ୍ଏସି ଅଞ୍ଚଳରେ ଗ୍ରାହକ ଉପଯୁକ୍ତ ଏଟିଏମ୍ ସେବା ପାଉ ନ ଥିବା ଅଭିଯୋଗ ହୋଇଛି। ଏଠାରେ ଷ୍ଟେଟ୍ବ୍ୟାଙ୍କର ୨ଟି ଏଟିଏମ୍, ଆନ୍ଧ୍ରବ୍ୟାଙ୍କର ଗୋଟିଏ ଓ ଏଚ୍ଡିଏଫ୍ସି ବ୍ୟାଙ୍କ୍ର ଏଟିଏମ୍ ରହିଥିଲେ ମଧ୍ୟ ବ୍ୟାଙ୍କ ପକ୍ଷରୁ ଟଙ୍କା ମହଜୁଦ ରଖାଯାଉ ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ ୧ ସପ୍ତାହ ହେଲା କୌଣସି ଏଟିଏମ୍ରେ ଟଙ୍କା ନ ଥିବା ଜଣାପଡ଼ିଛି। ଯଦ୍ଦ୍ବାରା ନିଜ ଆକାଉଣ୍ଟରେ ଟଙ୍କା ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ଟଙ୍କା ନ ପାଇ ନିରାଶ ହେବାକୁ ପଡ଼ୁଛି। ସେହିପରି ବିଭିନ୍ନ ସମୟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ମଧ୍ୟ ଗ୍ରାହକ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି। ଅନ୍ୟପକ୍ଷରେ ଏଭଳି ପରିସ୍ଥିତିର ଲାଭ ଉଠାଉଛନ୍ତି ମିନି ବ୍ୟାଙ୍କ(କିଓସ୍କ ବ୍ୟାଙ୍କ)।
ଗ୍ରାମାଞ୍ଚଳ ଏବଂ ଅପହଞ୍ଚ ଇଲାକାରେ ବ୍ୟାଙ୍କ ଶାଖା ନ ଥିବାରୁ ସେହି ଅଞ୍ଚଳର ଲୋକଙ୍କ ନିକଟରେ ବ୍ୟାଙ୍କ ସେବା ପହଞ୍ଚାଇବା ପାଇଁ ଆର୍ବିଆଇ ପକ୍ଷରୁ କିଓସ୍କ ବ୍ୟାଙ୍କ ସେବା ମାଧ୍ୟମରେ ବ୍ୟାଙ୍କ ସେମାନଙ୍କ ନିକଟରେ ପହଞ୍ଚିବା ବ୍ୟବସ୍ଥା କରାଯାଇଛି। ହେଲେ ଗ୍ରାମାଞ୍ଚଳରେ ଏହି ସେବା କେନ୍ଦ୍ର ଖୋଲିବା ପରିବର୍ତ୍ତେ ଗଜପତି ଜିଲା କାଶୀନଗର ସହରାଞ୍ଚଳରେ ଖୋଲାଯାଇ ଗ୍ରାହକଙ୍କୁ ଶୋଷଣ କରୁଥିବା ଜଣାପଡ଼ିଛି। ଏଟିଏମ୍ରେ ଟଙ୍କା ମିଳୁ ନ ଥିବାରୁ ଲୋକେ ମିନି ବ୍ୟାଙ୍କ ମାଧ୍ୟରେ ଟଙ୍କା ଉଠାଇ ନେଉଛନ୍ତି। ଫଳରେ ଏଠାରେ ଗ୍ରାହକଙ୍କ ଅସୁବିଧାର ସୁଯୋଗ ନେଇ ୧୦ ହଜାର ଟଙ୍କା ଉଠାଣ କଲେ୧୦୦ ଟଙ୍କା ପର୍ଯ୍ୟନ୍ତ କମିଶନ ନେଉଥିବା ଜଣାପଡ଼ିଛି। ବ୍ୟାଙ୍କ ପକ୍ଷରୁ କମିଶନ ମିଳୁଥିଲେ ମଧ୍ୟ ଏମାନେ ଗ୍ରାହକଙ୍କୁ ଠକୁଛନ୍ତି। ଅନ୍ୟପକ୍ଷରେ ଗ୍ରାମାଞ୍ଚଳରେ ଲୋକେ ବ୍ୟାଙ୍କ ସେବା ନ ପାଇ କାଶୀନଗର ଆସି ଖର୍ଚ୍ଚାନ୍ତ ହେଉଛନ୍ତି। ତେଣୁ ବ୍ୟାଙ୍କ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟିଦେଇ କଶୀନଗରରେ ଏଟିଏମ୍ଗୁଡ଼ିକରେ ଟଙ୍କା ମହଜୁଦ ରଖିବା ସହ ଗ୍ରାମାଞ୍ଚଳ ତଥା ଅଧ୍ୟୁଷିତ ଅଞ୍ଚଳରେ ମିନି ବ୍ୟାଙ୍କ ସେବାକେନ୍ଦ୍ର ଖୋଲିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।
ସପ୍ତାହେ ହେଲା ଏଟିଏମ୍ରେ ଟଙ୍କା ନାହିଁ: ଗ୍ରାହକଙ୍କୁ ଲୁଟୁଛନ୍ତି କିଓସ୍କ ବ୍ୟାଙ୍କ ସେବା କେନ୍ଦ୍ର
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…
ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…
ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…
ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…
ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…
ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.
ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…
ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ
ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…
Archives

