ସଫଳତା ପଥେ ଦୁଇ ଭଉଣୀ

ଖଣ୍ଡପଡା,୧୩।୧୦(ସ୍ବ.ପ୍ର.)-ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜୟ ପ୍ରକାଶ ନାରାୟଣ ଅର୍ଥନୀତି ଓ ସାମାଜିକ ଅଧ୍ୟୟନ ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ଜୟଦେବ ଭବନଠାରେ ଲୋକନାୟକ ଜୟପ୍ରକାଶ ନାରାୟଣ ଓ ଶହୀଦ୍‌ ବାଜି ରାଉତଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ଓ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ ନୟାଗଡ ଜିଲା ଭାପୁର ବ୍ଲ୍ଳକ ସୁନାଖଳା ଗ୍ରାମର ରୂପାଲୀ ସାହୁ ପ୍ରଥମ ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ତାଙ୍କ ବଡ ଭଉଣୀ ମୋନାଲୀ ସାହୁ ତୃତୀୟ ବର୍ଗରେ ମଧ୍ୟ ପ୍ରଥମ ସ୍ଥାନ ଅଧିକାର କରି ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି । ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜଳ ସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ ଦାସ, ମୁଖ୍ୟବକ୍ତା ବିଶିଷ୍ଟ ସାହିତି୍ୟକ ଓ ଲେଖକ ଡ. ସୌରୀବନ୍ଧୁ କର ଯୋଗ ଦେଇଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ବିଧାୟକ ଅମର ପ୍ରସାଦ ଶତପଥୀ, ଗଣମାଧ୍ୟମ ପରାମର୍ଶଦାତା ମାନସ ରଞ୍ଜନ ମଙ୍ଗରାଜ, ଲେଖକ ଡ. ଉଦ୍ଧବ ଚରଣ ନାୟକ ପ୍ରମୁଖ ଯୋଗଦେଇ ଆୟୋଜିତ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ ।
ପ୍ରକାଶ ଥାଉକି, ରୂପାଲୀ ଭାପୁର ବ୍ଲକ ନୟାଗଡ ଜିଲା ତରଫରୁ ‘ଗୋପବନ୍ଧୁ କର୍ତ୍ତବ୍ୟ ବୋଧିନୀ ସମ୍ମାନ-୨୦୧୯’ ପାଇବା ପାଇଁ ଯୋଗ୍ୟ ବିବେଚିତ ମଧ୍ୟ ହୋଇଛନ୍ତି । ସେ ଓଡିଶା ଆଦର୍ଶ ବିଦ୍ୟାଳୟର ୬ଷ୍ଠ ଶ୍ରେଣୀର ଛାତ୍ରୀ ହୋଇଥିବା ବେଳେ ମୋନାଲୀ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀ ା ଅତୀତରେ ଦୁଇ ଭଉଣୀ ଅନେକ ବାର ରାଜ୍ୟ ସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ସମଗ୍ର ଜିଲା ପାଇଁ ଗୌରବ ଆଣିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri