ସଫେଇ କର୍ମଚାରୀଙ୍କୁ ବି ଛାଡ଼ିଲାନି ପୋଲିସ: ମାଡ଼ ପ୍ରତିବାଦରେ କାର୍ଯ୍ୟବନ୍ଦ, ମିଳିଲା କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି

ଫୁଲବାଣୀ ଅଫିସ, ୧୮ା୪- ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱ ରକ୍ଷା କରିବା ନିମନ୍ତେ ପୋଲିସ ବିଭାଗର କେତେଜଣ ତଳିଆ କର୍ମଚାରୀ କିଛି ନ ବୁଝି ଲୋକଙ୍କୁ ମାଡ଼ ମାରୁଛନ୍ତି। ଶୁକ୍ରବାର ଫୁଲବାଣୀ ପୌର ପରିଷଦର ଜଣେ କର୍ମଚାରୀଙ୍କୁ ମାଡ଼ ମରାଯାଇଛି। ଏହା ପ୍ରତିବାଦରେ ପୌର ପରିଷଦର ସଫେଇ କର୍ମଚାରୀମାନେ ଆଉ କାର୍ଯ୍ୟ କରିବେ ନାହିଁ ବୋଲି ଅଡ଼ି ବସିଥିଲେ। ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ସମସ୍ୟା ସମାଧାନ ହୋଇଛି।
ଫୁଲବାଣୀ ହନୁମାନ ମନ୍ଦିର ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟାରେ ସଫେଇ ସୁପରଭାଇଜର ଅନିରୁଦ୍ଧ ମୁଖୀ କାମ ତଦାରଖ କରୁଥିଲେ । ସେଠାରେ ଥିବା ୨ ଜଣ କନଷ୍ଟେବଳ ବାହାରେ ବୁଲୁଥିବାରୁ ଅନିରୁଦ୍ଧଙ୍କୁ ମାଡ଼ ମାରିଥିଲେ । ଅନିରୁଦ୍ଧ ତାଙ୍କ ପରିଚୟପତ୍ର ଦେଖାଇଥିଲେ ମଧ୍ୟ ସେମାନେ ତାହାକୁ ଦେଖି ନ ଥିଲେ। ଏହାପରେ ଅନିରୁଦ୍ଧ ଆସି ପୌର ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ା କଥା ପ୍ରଘଟ ହେବାରୁ ସମସ୍ତ ସଫେଇ କର୍ମଚାରୀ କାମ ବନ୍ଦ କରି ପୌର କାର୍ଯ୍ୟାଳୟକୁ ଆସି ଏହି ଘଟଣା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଥିଲେ ା ପୌର ନିର୍ବାହୀ ଅଧିକାରୀ ବଳଦେବ ବେହେରା ଏ ସମ୍ପର୍କରେ ଉପଜିଲାପାଳଙ୍କୁ ସୂଚନା ଦେଇଥିଲେ ା ଉପ ଜିଲାପାଳ ଏ ସମ୍ପର୍କରେ ଫୁଲବାଣୀ ଏସ୍‌ଡିପିଓ ମହେନ୍ଦ୍ର ନାଥ ମୁର୍ମୁଙ୍କୁ ଜଣାଇଥିଲେ। ଏସ୍‌ଡିପିଓ ମୁର୍ମୁ ପୌର କାର୍ଯ୍ୟାଳୟରେ ପହଞ୍ଚି ସଫେଇ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ ା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେବା ପରେ ସଫେଇ କର୍ମଚାରୀମାନେ ଆନ୍ଦୋଳନ ପ୍ରତ୍ୟାହାର କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri