ସଫେଇ କାମକୁ ନେଇ ଲଙ୍କାକାଣ୍ଡ ଘଟଣା: ୨ ମାମଲାରେ ୩ ଗିରଫ, ୩ ଜେଜେବିରେ ହାଜର

ବ୍ରହ୍ମପୁର ଅଫିସ ,୨।୧୨: ବ୍ରହ୍ମପୁର ମହାନଗର ନିଗମ( ବିଏମ୍‌ସି)ର ସଫେଇ କାମକୁ ନେଇ ୨ ଜମାଦାର ଗୋଷ୍ଠୀ ମଧ୍ୟରେ ସଙ୍ଗଠିତ ଲଙ୍କାକାଣ୍ଡ ଘଟଣାରେ ବଡ଼ବଜାର ପୋଲିସ ୨ ଟି ମାମଲାରେ ୩ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ (ଜେଜେବି) ନିକଟରେ ହାଜର କରିଛି।
ଅନ୍ୟପଟେ ଏହି ଲଙ୍କାକାଣ୍ଡ ଘଟଣା ପଛରେ ଜଣେ ଶାସକ ଦଳର ନେତାଙ୍କ ହାତଥିବା ଅଭିଯୋଗ ପରେ ଏବେ ଘଟଣାର ଦିଗ ବଦଳିଛି। ବିଜେଡି ନେତା କେ. ଅନିଲ କୁମାରଙ୍କୁ ଥାନାରେ ହାଜର ପାଇଁ ଡକାଯାଇଛି ବୋଲି ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି । ସେ ଥାନାରେ ହାଜର ହେବା ପରେ ପୋଲିସ ତାଙ୍କୁ ଘଟଣାର ରହସ୍ୟ ସମ୍ପର୍କରେ ଖୋଳତାଡ କରିବ ବୋଲି ଜଣାପଡିଛି । ଆହତ ଜମାଦାର ଏସ୍‌ . ଜଗନ୍ନାଥ ରାଓଙ୍କ ଅଭିଯୋଗ କ୍ରମେ ପୋଲିସ ମାମଲା ନଂ. ୨୧୨/୧୯ରେ ଧାନମେରା ସାହିର ସନ୍ତୋଷ ବେହେରା ଓ ପ୍ରେମନଗର ଅଞ୍ଚଳର ଟୁନା ନାୟକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ସେହିପରି ଆହତ ଜମାଦାର ରଞ୍ଜିତ ନାୟକଙ୍କ ଭାଇ ଅଜିତ ନାୟକଙ୍କ ଅଭିଯୋଗ କ୍ରମେ ପୋଲିସ ନଂ.୨୧୩/୧୯ ରେ ଅନ୍ୟ ଏକ ମାମଲା ରୁଜୁ କରି ଆସିକାରୋଡ ହରିଜନ ସାହିର କୃଷ୍ଣ ମୁଖୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅନ୍ୟପକ୍ଷେ ଏହି ଘଟଣାରେ ସାମିଲ ଥିବା ୩ ନାବାଳକଙ୍କୁ ପୋଲିସ ଜେଜେବିକୁ ପଠାଇଥିବା କହିଛି। ପରେ ସେମାନଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri