ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କହିଛନ୍ତି ଯେ, ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ। ଦିନକ ପୂର୍ବରୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ରାଜ୍ୟ ସରକାରଙ୍କ ନିକଟରେ କରିଥିବା ଦାବିକୁ ସେ ଦୋହରାଇଛନ୍ତି। କେନ୍ଦ୍ରମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟର ଏନ୍‌ଜିଓ, ପ୍ରଶାସନିକ ଅଧିକାରୀ ଏବଂ ସ୍ବେଚ୍ଛାସେବୀମାନଙ୍କ ସହ ଯୋଗାଯୋଗ ରହୁଛି। ସେହିଭଳି ଓଡ଼ିଶାରେ ଏହି କ୍ଷେତ୍ରରେ ରହି କାର୍ଯ୍ୟ କରୁଥିବା ଲୋକଙ୍କ ସହିତ ମଧ୍ୟ ଆଲୋଚନା କରିଛି। ଅନେକ ଗରିବ ଲୋକ ଏହି ସମୟରେ ଖାଇବାକୁ ପାଉନାହାନ୍ତି। ସେହିପରି ବହୁ ଗରିବ ପରିବାର ଅଛନ୍ତି ଯେଉଁମାନେ ରାସନ କାର୍ଡ ପାଇବାରୁ ବଞ୍ଚିତ ହେଉଛନ୍ତି। ସରକାର ସେମାନଙ୍କୁ ଏହି ସମୟରେ ଚାଉଳ, ଡାଲି ଆଦି ପ୍ରଦାନ କରନ୍ତୁ। ପଞ୍ଚାୟତ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀମାନେ ଗରିବଙ୍କୁ ଚିହ୍ନଟ କରି ସେମାନଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବାକୁ ନିର୍ଦ୍ଦେଶ ଦିଆଯାଉ ବୋଲି ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri