ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ

ଭୁବନେଶ୍ୱର,୧।୪(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ୍‌: ରାଜ୍ୟର ସବୁ ଜିଲାରେ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ ହେବ। ଏଥିପାଇଁ ବିଭିନ୍ନ ଘରୋଇ ହସ୍ପିଟାଲ ସହଯୋଗରେ ଯୁଦ୍ଧକାଳୀନ ଭିତ୍ତିରେ ଏହା କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିବା ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ଝାରସୁଗୁଡ଼ାଠାରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ୧୯ ହସ୍ପିଟାଲ ହେବ। ଏନେଇ ଝାରସୁଗୁଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ବସିଥିଲା। କେୟାର ଓ ବିକାଶ ହସ୍ପିଟାଲ ସହ ଏନେଇ ଆଲୋଚନା ହୋଇ ନିଷ୍ପତ୍ତି ନିଆଯାଇଛି। ସେହିଭଳି ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲା ସମେତ ରାଜ୍ୟର ଅନ୍ୟ ଜିଲାରେ ମଧ୍ୟ କୋଭିଡ୍‌ ୧୯ ହସ୍ପିଟାଲ ବ୍ୟବସ୍ଥା କରାଯିବ। ଏହାକୁ ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ତଦାରଖ କରିବେ। ଅନ୍ୟପକ୍ଷରେ ଆବଶ୍ୟକ ପରିମାଣର ପିପିଇ, ମାସ୍କ ସମେତ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ଶୀଘ୍ର ଯୋଗାଇ ଦେବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ପାଖରେ ଦାବି କରାଯାଇଛି ବୋଲି ମନ୍ତ୍ରୀ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri