ସବୁ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ: ଯୋଗୀ

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶର ସମସ୍ତ ଜିଲାରେ ହେବ କୋଭିଡ-୧୯ ଟେଷ୍ଟିଂ ଲ୍ୟାବ। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଘୋଷଣା କରିଛନ୍ତି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସମସ୍ତ ୭୫ଟି ଜିଲାରେ ଟେଷ୍ଟିଂ ସେଣ୍ଟର ସ୍ଥାପନ କରାଯିବ। ଏଥିପାଇଁ ମୁଖ୍ୟ ସଚିବ ଡାକ୍ତରୀ ଶିକ୍ଷାର ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯାଇଛି। ରାଜ୍ୟରେ ୨୪ଟି ସରକାରୀ ମେଡିକାଲ କଲେଜ ଥିବା ବେଳେ ସେଥିମଧ୍ୟରୁ ବର୍ତ୍ତମାନ ୧୦ଟି କଲେଜରେ ଟେଷ୍ଟିଂ ଲ୍ୟାବ ସଫଳତାପୂର୍ବକ କାର୍ଯ୍ୟ କରୁଛି। ତେବେ ଖୁବ୍‌ଶୀଘ୍ର ଆହୁରି ୧୪ଟି କଲେଜରେ କୋଭିଡ-୧୯ ଟେଷ୍ଟିଂ ଲ୍ୟାବର ସୁବିଧା କରାଯିବ ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ ସହାୟତାରେ ରାଜ୍ୟ ଯଥା ସମ୍ଭବ ପକ୍ଷକ୍ଷେପ ଗ୍ରହଣ କରୁଛି। ତେବେ ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଭାଇରସ୍‌ରେ ଯେତିକି ସଂକ୍ରମିତ ହୋଇଛନ୍ତି, ସେଥିମଧ୍ୟରୁ ୫୫ ପ୍ରତିଶତ ମାମଲା ତବଲିଘ ଜମାତରୁ ଜଡିତ ଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ ରାଜ୍ୟରେ ୩୦୮ଜଣ ସଂକ୍ରମିତ ହୋଇଥିବା ବେଳେ ସେଥିମଧ୍ୟରୁ ୧୬୮ମାମଲା ତବଲିଘ ଜମାତ ସହ ଜଡିତ ଥିବା ବ୍ୟକ୍ତିଙ୍କର ରହିଛି ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri