ସବୁ ସହରରେ ପଲିଥିନ ନିଷେଧ

ଭୁବନେଶ୍ୱର,୨-୯(ବ୍ୟୁରୋ):ରାଜ୍ୟର ସମସ୍ତ ସହରକୁ ପଲିଥିନ ମୁକ୍ତ କରାଯିବ। ୧୦୯ ସହରାଞ୍ଚଳକୁ ୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନକୁ ବୁଧବାରଠାରୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଅକ୍ଟୋବର ୨ ତାରିଖ ପରଠାରୁ କୌଣସି ସହରରେ ପଲିଥିନ ବ୍ୟବହାର କିମ୍ବା ବିକ୍ରି କରାଯାଇ ପାରିବ ନାହିଁ। ପଲିଥିନ ଓ ପ୍ଲାଷ୍ଟିକ ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ପକାଉଛି। ଦେଶକୁ ପଲିଥିନ ମୁକ୍ତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ଏହାର ଭୟାବହତାକୁ ଦେଖି ରାଜ୍ୟ ସରକାର ରାଜ୍ୟକୁ ପଲିଥିନ ମୁକ୍ତ କରିବାକୁ ପଦକ୍ଷେପ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୦୧୮ ଅକ୍ଟେବାର ୨ ତାରିଖରୁ ୫ ମହାନଗର ନିଗମ(ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର)ରେ ପଲିଥିନ ଉପରେ କଟକଣା ଲଗାଯାଇଛି। ଅବଶିଷ୍ଟ ୧୦୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି ) ଏବଂ ମ୍ୟୁନିସିପାଲିଟିରେ ମଧ୍ୟ ପଲିଥିନ ଓ ପ୍ଲାଷ୍ଟିକ ଉପରେ କଟକଣା ଜାରି କରାଯାଇଛି । ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସମସ୍ତ ପୌର ସଂସ୍ଥାର କାର୍ଯ୍ୟ ନିର୍ବାହୀ ଅଧିକାରୀମାନଙ୍କୁ ଜଣାଇ ଦିଆଯାଇଛି। କଟକଣା ଜାରି ହେବା ପରେ କୌଣସି ବ୍ୟକ୍ତି ନିଜେ କିମ୍ବା ଅନ୍ୟ କାହାଦ୍ୱାରା ଜାଣିକରି ହେଉ କିମ୍ବା ଅନ୍ୟ ମାଧ୍ୟମରେ ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା ବଣ୍ଟନ କରି ପାରିବେ ନାହିଁ।

୫୦ ମାଇକ୍ରନରୁ କମ୍‌ ମୋଟେଇ ପଲିଥିନ, ୨୦୦ ମିଲିଲିଟରରୁ କମ୍‌ ପାଣିବୋତଲ, ଥର୍ମୋକୋଲ, ସାଜସଜ୍ଜା ପାଇଁ ବ୍ୟବହୃତ ଥର୍ମୋକୋଲ, ପ୍ଲାଷ୍ଟିକ ଚାମଚ, କପ, ପ୍ଲେଟ, ଗ୍ଲାସ, ଥାଳିଆ, ପାଣି ପାଉଚ ଆଦି ସାମଗ୍ରୀ ଉପରେ କଟକଣା ଜାରି କରାଯାଇଛି। ପୂଜାସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ବିବାହ ପାର୍ଟି, ଅଫିସ, ଆଉଟଡୋର କ୍ୟାଟରିଂ ଆଦି ସ୍ଥାନରେ ପଲିଥିନ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ମହାନଗର ନିଗମର କମିଶନର ଓ ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଲିଥିନ ନିଷେଧକୁ ସଫଳ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri