ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇଦେବାକୁ ଚଳିତବର୍ଷ ଖର୍ଚ୍ଚ ହେବ ୪୫.୬୨ କୋଟି

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ସବୁ ସ୍କୁଲ ପାଠାଗାରକୁ ପୁସ୍ତକ ଯୋଗାଇ ଦିଆଯିବ। ସେଥିପାଇଁ ରାଜ୍ୟ ସରକାର ୪୫ କୋଟି ୬୨ ଲକ୍ଷ ୯୫ ହଜାର ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରୋଜେକ୍ଟ ଆପ୍ରୁଭାଲ ବୋର୍ଡ(ପିଏବି) ଅନୁମୋଦନ ପରେ ପୁସ୍ତକ କ୍ରୟ ପାଇଁ ପଦକ୍ଷେପ ନିଆଯିବ। ୨୦୧୯-୨୦ ଆର୍ଥିକ ବର୍ଷରେ ୩୦ଟି ଜିଲା ପାଇଁ ପ୍ରାଥମିକ ବିଦ୍ୟାଳୟଗୁଡିକୁ ୪୯ ହଜାର ୪୨୫ ଖଣ୍ଡ ବହି ଯୋଗାଇ ଦେବା ନିମନ୍ତେ ୭୭୫.୩୯୮୫ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ହାଇସ୍କୁଲଗୁଡିକ ପାଇଁ ୫୫୮୮ ପୁସ୍ତକ ବାବଦରେ ୩୭୮୭.୫୫ ଲକ୍ଷ ଟଙ୍କା ଯୋଗାଇଦେବାକୁ ବ୍ୟୟବରାଦ କରାଯାଇଛି। ତେବେ ପ୍ରାଥମିକ ହାଇସ୍କୁଲ ପାଇଁ ରାଜ୍ୟ ସରକାର ୫୫୦୧୩ ଖଣ୍ଡ ପୁସ୍ତକ ଯୋଗାଇବା ବାବଦରେ ୪୫୬୨.୯୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବଦଳରେ ବିଧାନସଭା ପ୍ରଶ୍ନକାଳ ବେଳେ ଏଭଳି ଉତ୍ତର ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri