ସବୁ ସ୍ବାସ୍ଥ୍ୟକେନ୍ଦ୍ରର ଜାତୀୟକରଣ ହେଉ

ନୂଆଦିଲ୍ଲୀ,୧୦।୪(ପି.ଟି.): କରୋନା ମହାମାରୀରୁ ଦେଶ ମୁକ୍ତ ନ ହେବା ପର୍ଯ୍ୟନ୍ତ ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ରକୁ ଜାତୀୟକରଣ କରିବା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଏର ହୋଇଛି। ମହାମାରୀର ମୁକାବିଲା ଲାଗି ଭାରତରେ ଯଥେଷ୍ଟ ସରକାରୀ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ନାହିଁ। ତେଣୁ ମାଗଣାରେ କୋଭିଡ୍‌-୧୯ ପରୀକ୍ଷା ସମେତ ଚିକିତ୍ସା ଯୋଗାଇଦେବା ଲାଗି ସବୁ ହସ୍ପିଟାଲ, ସ୍ବାସ୍ଥ୍ୟସେବା ଅନୁଷ୍ଠାନ ଓ କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦେବାକୁ ପିଟିଶନରେ ଅନୁରୋଧ କରାଯାଇଛି। ସୂଚନାଯୋଗ୍ୟ ଦେଶରେ ମହାମାରୀଜନିତ ସଙ୍କଟକୁ ଦୃଷ୍ଟିରେ ରଖି ଘରୋଇ ଲାବରେଟୋରିଗୁଡ଼ିକରେ କରୋନା ପରୀକ୍ଷା ମାଗଣାରେ କରାଯିବା ଉଚିତ ବୋଲି ବୁଧବାର ସୁପ୍ରିମକୋର୍ଟ କହିଥିଲେ। ଘରୋଇ ଲାବରେଟୋରିଗୁଡ଼ିକ କୋଭିଡ୍‌-୧୯ ପରୀକ୍ଷା ଲାଗି ୪୫୦୦ ଟଙ୍କା ନେଉଛନ୍ତି। ଦିଲ୍ଲୀର ଆଇନଜୀବୀ ଅମିତ୍‌ ଦ୍ୱିବେଦୀ ତାଙ୍କ ପିଟିଶନରେ ଉଲ୍ଲେଖ କରିଛନ୍ତି, ଉପଯୁକ୍ତ ବଜେଟ ବ୍ୟବସ୍ଥା ନ ଥିବାରୁ ଦେଶର ଜନସ୍ବାସ୍ଥ୍ୟ ବିଭାଗ ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏହି ସମୟରେ ଦେଶରେ ଘରୋଇ ସ୍ବାସ୍ଥ୍ୟସେବା ସେକ୍ଟରଗୁଡ଼ିକର ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି। କରୋନା ମୁକାବିଲା ଲାଗି ପର୍ଯ୍ୟାପ୍ତ ଚିକିତ୍ସା ଭିତ୍ତିଭୂମି ନ ଥିବାରୁ ଘରୋଇ ହସ୍ପିଟାଲଗୁଡ଼ିକର ସହଯୋଗ ଜରୁରୀ। ବିଶ୍ୱସ୍ତରରେ ମଧ୍ୟ ଏଭଳି ପଦକ୍ଷେପ ନିଆଯାଇଛି। ତେଣୁ କରୋନା ସଂକ୍ରମଣରୁ ଦେଶ ମୁକ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଘରୋଇ ହସ୍ପିଟାଲ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟସେବା କେନ୍ଦ୍ରକୁ ଜାତୀୟକରଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ପିଟିଶନରେ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri