ସବୁଜ ସୁନ୍ଦର ହେବ ବ୍ରହ୍ମପୁର

ବ୍ରହ୍ମପୁର ଅଫିସ,୨୭ା୬-ବ୍ରହ୍ମପୁରର ସୌନ୍ଦର୍ଯ୍ୟକରଣ ନେଇ ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବହୁ ପଦକ୍ଷେପ ହାତକୁ ନିଆଯାଇଛି । ଏବେ ସହରକୁ ସବୁଜ ସୁନ୍ଦର କରିବାକୁ ବିଏମ୍‌ସି ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ବୁଧବାର ଏକ ସ୍ବତନ୍ତ୍ର ବୈଠକ ବିଏମ୍‌ସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସହରକୁ ସବୁଜ ସୁନ୍ଦର କରିବାକୁ ବ୍ୟାପକ ଚାରାରୋପଣ କାର୍ଯ୍ୟକ୍ରମ କରାଯିବା ଉପରେ ଗୁରୁତ୍ୱ ଦିଆଯାଇଥିଲା ା ସହରରେ ବଢୁଥିବା ବାୟୁ, ପରିବେଶ ପ୍ରଦୂଷଣକୁ ରୋକିବା ତଥା ସୌନ୍ଦର୍ଯ୍ୟକରଣ ବୃଦ୍ଧି ପାଇଁ ପ୍ରତ୍ୟେକ ଅଞ୍ଚଳ ଓ ରାସ୍ତା ପାର୍ଶ୍ୱରେ ଚାରାରୋପଣ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା ା ଏଥିପାଇଁ ସ୍ବତନ୍ତ୍ର ଷ୍ଟ୍ରାଟେଜି ପ୍ରସ୍ତୁତ କରାଯିବ। ପ୍ରତି ୱାର୍ଡରେ ୱାର୍ଡ ପ୍ଲାଣ୍ଟେଶନ କମିଟି ଗଠନ କରାଯିବ ା ଯାହା ପ୍ରତିୱାର୍ଡରେ ଲଗାଯାଇଥିବା ଚାରାର ଯତ୍ନ ନେବେ ା
ଏହାବ୍ୟତୀତ ଚାରାଗୁଡିକର ସୁରକ୍ଷା ଦାୟିତ୍ୱ ବନବିଭାଗକୁ ପ୍ରଦାନ କରାଯିବାକୁ ଜିଲାପାଳ ସୂଚାଇଥିଲେ ା ସହରର ବିିଭିନ୍ନ ୱାର୍ଡରେ ବାୟୁ ପ୍ରଦୂଷଣକୁ ରୋକିବା ଦିଗରେ ଉପଯୋଗ ଚାରା ରୋପଣ କରାଯିବା ସହ ରାମଲିଙ୍ଗମ୍‌ ପୋଖରୀ ଭଳି ସୌନ୍ଦର୍ଯ୍ୟକରଣ ପାଇଁ ଉଦ୍ଦିଷ୍ଟ ସ୍ଥାନରେ ଡେକୋରେଟିଭ ବୃକ୍ଷ ଚାରା ରୋପଣ କରାଯିବା ନେଇ ନିଗମ ଡେପୁଟି କମିଶନର ରାଉତରାୟ ସୂଚାଇଥିଲେ। ଗୁରୁବାରରୁ ୱାର୍ଡଗୁଡିକରେ ଚାରାରୋପଣ ନେଇ ସର୍ଭେ ଆରମ୍ଭ ହେବା ସହ ଜୁଲାଇ ସୁଦ୍ଧା କାର୍ଯ୍ୟକ୍ରମ ଶେଷ ହେବା ନେଇ ବୈଠକରେ କୁହାଯାଇଛି ା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା, ଉପଜିଲାପାଳ ଦିଗନ୍ତ ରାଉତରାୟ, ଡେପୁଟି କମିଶନର ସୌରୀନ୍ଦ୍ର ରାଉତରାୟ, ବ୍ରହ୍ମପୁର ତହସିଲଦାର ଦୟାମୟ ପାଢୀ, ବିଡିଏ ସଚିବ ସମ୍ବିତ ରାଉତ ଓ ବିଏମ୍‌ସିର ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri