ସବୁଠି ମରୁଡ଼ି ଆଶଙ୍କା

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଆରମ୍ଭ ହେଲାଣି ଶ୍ରାବଣ। କିନ୍ତୁ ବର୍ଷାର ଦେଖାନାହିଁ। ରାଜ୍ୟର ଯେଉଁ କିଛି ଅଞ୍ଚଳରେ କାଁ ଭାଁ ବର୍ଷା ହେଉଛି, ତାହାକୁ ବି ଖରାତାତି ଶୋଷି ନେଉଛି। ଏବେ ତାପମାତ୍ରା ଅଧିକ ରହୁଥିବାରୁ ଅଧିକାଂଶ ଜିଲାରେ ଖରାଦିନ ଭଳି ଅନୁଭବ ହେଉଛି। ବର୍ଷା ଅଭାବରୁ ଚାଷ କାମ ଆଗେଇପାରୁ ନ ଥିବାବେଳେ ଚାଷୀର ଚିନ୍ତା ବଢ଼ିଯାଇଛି। ଯଦି ଆଉକିଛି ଦିନ ଭିତରେ ଆବଶ୍ୟକ ବର୍ଷା ନ ହୁଏ ତେବେ ଏଥର ସବୁ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହେବ ବୋଲି ବିଶେଷଜ୍ଞମାନେ ଆଶଙ୍କା କରୁଛନ୍ତି।
ଏଥର ବିଳମ୍ବରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ଆଶା କରାଯାଉଥିଲା ଭଲ ବର୍ଷା ହେବ। ହେଲେ ହଠାତ୍‌ ବର୍ଷା ଉଭାନ ହୋଇଯିବାରୁ ରାଜ୍ୟସାରା ଚାଷକାର୍ଯ୍ୟ ଗୁରୁତର ପ୍ରଭାବିତ ହୋଇଛି। ଧାନ ବିଲ ଏବେ ପଡ଼ିଆ ହୋଇ ପଡ଼ିଛି। ଅଧିକାଂଶ ଜିଲାରେ ବିଲ ଫାଟି ଆଁ କରିଛି। ଏହି ସମୟରେ ଚାଷୀ ବିଲରେ ଧାନ ରୁଆ କାମ ଆରମ୍ଭ କରିବା କଥା। କିନ୍ତୁ ଚଳିତ ବର୍ଷ ତଳିପକା ଆରମ୍ଭ ହୋଇପାରିନାହିଁ। ବର୍ଷା ଭରସାରେ ଚାଷୀ ପକାଇଥିବା ଧାନ ତଳି ଏବେ ଶୁଖିବାକୁ ବସିଲାଣି। ରାଜ୍ୟର ଅନେକ ସ୍ଥାନରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ବିଲରେ କେବେ ପାଣି ହେବ ଓ ଚାଷ କାମ ଆରମ୍ଭ ହେବ, ସେହି ସମୟକୁ ଚାହିଁ ବସିଛନ୍ତି ଚାଷୀକୁଳ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ରବିବାର କୋରାପୁଟରେ ୧୫ ମିଲିମିଟର ଓ ଫୁଲବାଣୀରେ ୬ ମିମି ବର୍ଷା ହୋଇଛି। ସୋମବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ୧୧ ଜିଲାରେ ଝଡ଼ ତୋଫାନ ଓ ବଜ୍ରପାତର ଆଶଙ୍କା ରହିଥିବାରୁ ସତର୍କ କରାଯାଇଛି। ତେବେ ୨୪ ତାରିଖରେ କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର ଓ ସୁନ୍ଦରଗଡ଼ ଏବଂ ୨୫ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଆଦି ଜିଲାରେ ବର୍ଷା ହେବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri