ସବୁଦିନ ସ୍କୁଲ ପଠାଇବାକୁ ସଂକଳ୍ପ ନେଲେ ଅଭିଭାବକ

ଗୋବିନ୍ଦପାଲି,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଉଦୁଲିବେଡ଼ା ପଞ୍ଚାୟତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଚାଲାଣଗୁଡ଼ା-୨ ପକ୍ଷରୁ ଏକ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରହ୍ଲାଦ ଛାଟୋଇଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ରଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିପ୍ର ନାୟକ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଗୌରୀ ଦେଈ, ଖଇରପୁଟ ଏବିଇଓ ଅନୁପ ପରିଚ୍ଛା, ପ୍ରହ୍ଲାଦ ଛାଟୋଇଙ୍କ ସମେତ ଆଶାକର୍ମୀ, ଅଙ୍ଗନଓ୍ବାଡ଼ି କର୍ମୀ, ଛାତ୍ରୀଛାତ୍ର, ଅଭିଭାବକ ଓ ଗ୍ରାମବାସୀ ସାମିଲ ହୋଇଥିଲେ। ଏହି ଅବସରରେ ଶିକ୍ଷା ଅଧିକାର ଏବଂ ଶିକ୍ଷାର ମହତ୍ତ୍ୱ ବୁଝାଇବା ସହ ୬ରୁ ୧୪ ବର୍ଷର ଶିଶୁଙ୍କୁ ଘରୋଇ କାମରେ ନିୟୋଜିତ ନ କରି ପ୍ରତ୍ୟେକଦିନ ସ୍କୁଲକୁ ପଠାଇବାକୁ ଅଭିଭାବକମାନଙ୍କୁ ସଚେତନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ‘ସବୁଦିନ ଆମେ ସ୍କୁଲ ଯିବା’ସ୍ଲୋଗାନ ଦେଇ ପିଲାମାନେ ଚାଲାଣଗୁଡ଼ା ଗ୍ରାମ ପରିକ୍ରମା କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ‘ପାଠ ପଢ଼, ମଦ ଛାଡ଼’ ଓ ସ୍ବଚ୍ଛ ଭାରତ ସମ୍ପର୍କିତ ୨ ନାଟକ ମଧ୍ୟ ମଞ୍ଚସ୍ଥ ହୋଇଥିଲା। ସେହିପରି ଅଭିଭାବକମାନେ ପିଲାଙ୍କୁ ସବୁଦିନ ସ୍କୁଲ ପଠାଇବାକୁ ସଂକଳ୍ପ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri