ସବ୍‌ଡିଭିଜନ ଦାବି ତେଜିଲା

ବଡ଼ସାହି,୧୫।୧୨(ସ୍ବ.ପ୍ର.)-ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ବେତନଟୀ ଓ ବଡସାହି ବ୍ଲକୁ ମିଶାଇ ସବ୍‌ଡିଭିଜନ ଗଠନ କରିବା ଦାବି ତେଜିବାରେ ଲାଗିଛି। ଶନିବାର ପାଉଁଶିଆବନ୍ଧ ଠାରେ ଅନୁଷ୍ଠିତ ବିକାଶ ମଞ୍ଚର ୮ମ ବୈଠକରେ ଏନେଇ ଜୋରଦାର ଦାବି ଉପସ୍ଥାପନ କରାଯାଇଛି। ବଡସାହି ଓ ବେତନଟୀ ବ୍ଲକରେ ସାମୂହିକ ଉନ୍ନତି ମୂଳକ କାର୍ଯ୍ୟ ସମେତ ବଡସାହିରେ ଏକ ସବ୍‌ ରେଜିଷ୍ଟ୍ରାର ଅଫିସ ଖୋଲାଯିବା ଲାଗି ବୈଠକରେ ମଧ୍ୟ ଦାବି କରାଯାଇଥିଲା।
ବରିଷ୍ଠ ନାଗରିକ ଚୂଡାମଣି ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମଞ୍ଚର ସଦସ୍ୟମାନେ ଆଗାମୀ ଦିନର କାର୍ଯ୍ୟକ୍ରମ ସଂକ୍ରାନ୍ତ ବିଭିନ୍ନ ପ୍ରସ୍ତାବ ଉପରେ ଆଲୋଚନା କରିଥିଲେ। ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ର, ବଡସାହି ବିଧାୟକ ସନାତନ ବିଜୁଳି, ପୂର୍ବତନ ମନ୍ତ୍ରୀ ଗୋଲକ ବିହାରୀ ନାଏକ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ା ଖବରଦାତା ଅରୁଣ କୁମାର ଓତା ପୂର୍ବ ବୈଠକର ବିବରଣୀ ସମ୍ପର୍କରେ ଆଲୋକପାତ କରିଥିଲେ। ମୟୂରଭଞ୍ଜ ଜିଲାର ଏକ ବଡ ବ୍ଳକ ଭାବେ ପରିଚିତ ବଡସାହିର ୩୦ ପଞ୍ଚାୟତରେ ୨ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ଏଠାରେ ସବ୍‌ ରେଜିଷ୍ଟ୍ରାର ଅଫିସ ଥିବାରୁ ଜମି କିଣାବିକା କାରବାର ଲାଗି ଲୋକେ ହଇରାଣ ହେଉଛନ୍ତି। ଏଥିଲାଗି ଉଚ୍ଚ ପଦସ୍ଥ ଅଧିକାରୀଙ୍କ ନିକଟରେ ଦାବି ଉପସ୍ଥାପନ କରିବାକୁ ସ୍ଥିର ହୋଇଥିଲା। ସେହିପରି ବଡ଼ସାହି ଓ ବେତନଟୀଠାରେ ନିର୍ମାଣ ହେବାକୁ ଥିବା ବସଷ୍ଟାଣ୍ଡ ନିର୍ମାଣ ସକାଶେ ଆବଶ୍ୟକ ପହୁଥିବା ଜମି ସମ୍ପର୍କରେ ପ୍ରଶାସନକୁ ସବିଶେଷ ତତ୍ୟ ଦେବା ଲାଗି ବୈଠକରେ ୫ଜଣଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ସେହିପରି ସବ୍‌ଡିଭିଜନ ଦାବି ହାସଲ ନିମନ୍ତେ ଆଗାମୀ କାର୍ଯ୍ୟପନ୍ଥା ନେଇ ଆଲୋଚନା ହୋଇଥିଲା। ଉଭୟ ବ୍ଳକର ଦାବିକୁ ନେଇ ସଙ୍ଗଠନକୁ ମଜବୁତ କରିବା ସହ ଏଥିରେ ଅଞ୍ଚଳବାସୀଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଶେଷରେ ଖବରଦାତା ମନୋଜ ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri