Posted inଜାତୀୟ

ସଭର୍‌କରଙ୍କ ବିରୋଧୀ ଆଣ୍ଡାମାନ ଜେଲ୍‌ରେ ୨ ଦିନ କାଟନ୍ତୁ: ରାଉତ

ମୁମ୍ବାଇ,୧୮।୧(ପି.ଟି.): ହିନ୍ଦୁତ୍ୱ ବିଚାରଧାରା ସମ୍ପନ୍ନ ଭି.ଡି. ସଭର୍‌କରଙ୍କୁ ଭାରତରତ୍ନ ପ୍ରଦାନ କରିବା ଲାଗି ଶିବସେନା ନେତା ସଞ୍ଜୟ ରାଉତ ଦାବି କରିଛନ୍ତି। ଏହାକୁ ବିରୋଧ କରୁଥିବା ଲୋକେ ସଭର୍‌କର ରହିଥିବା ଆଣ୍ଡାମାନ ସେଲୁଲାର୍‌ ଜେଲରେ ୨ ଦିନ କାଟନ୍ତୁ ବୋଲି ସେ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ସଭର୍‌କରଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତରତ୍ନ ଦେବାକୁ କଂଗ୍ରେସ ବିରୋଧ କରିଆସୁଛି। ମହାରାଷ୍ଟ୍ରରେ କଂଗ୍ରେସ, ଏନ୍‌ସିପି ସହ ଶିବସେନା ମେଣ୍ଟ ସରକାର ଗଠନ କରିଥିବାବେଳେ ସଭର୍‌କର ପ୍ରସଙ୍ଗ ଅଡ଼ୁଆ ବଢ଼ାଇଛି। ୨୦୧୯ ଡିସେମ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ରେପ୍‌ ଇନ୍‌ ଇଣ୍ଡିଆ’ ମନ୍ତବ୍ୟ ଦେଇ ବିବାଦ ଘେରକୁ ଆସିଥିବାବେଳେ ଭୁଲ୍‌ ମାଗିବାର ପ୍ରଶ୍ନ ଉଠିନି କହି ‘ମୋ ନାମ ରାହୁଲ ଗାନ୍ଧୀ, ରାହୁଲ ସଭର୍‌କର ନୁହେଁ’ ବୋଲି ମନ୍ତବ୍ୟ ଦେଇଥିଲେ। ଏବେ ରାଉତଙ୍କ ମନ୍ତବ୍ୟ ପରେ ଶିବସେନା ନେତା ତଥା ମନ୍ତ୍ରୀ ଆଦିତ୍ୟ ଠାକ୍‌ରେ ମୁହଁ ଖୋଲିଛନ୍ତି। ମେଣ୍ଟ ସରକାର ଲୋକଙ୍କ ସେବାକରିବା ଲାଗି ଆସିଛି ଓ ଅନେକ ରତ୍ନ ଦେଶରେ ଅଛନ୍ତି। ହେଲେ କାହାକୁ ଏହି ସମ୍ମାନ ପ୍ରଦାନ କରାଯିବ ତାହା କେନ୍ଦ୍ରର ଭାଜପା ସରକାର ସ୍ଥିରକରିବ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri