ସଭାପତି ପଦରେ ରହିଲେ ନିରଞ୍ଜନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଓଡ଼ିଶା କଂଗ୍ରେସକୁ ସଜାଡିବା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା ପ୍ରକଟ କରିଛନ୍ତି। ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇ, ୨୦୧୯ ସାଧାରଣ ନିର୍ବାଚନ ପାଇଁ ଗଠନ କରାଯାଇଥିବା ସମସ୍ତ କମିଟିକୁ ଭାଙ୍ଗି ଦିଆଯାଇଛି। ଏହାସହ ପିସିସି ପଦାଧିକାରୀ କମିଟିକୁ ମଧ୍ୟ ରଦ୍ଧ କରାଯାଇଛି। ତେବେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏବଂ ଦୁଇ କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ ଏବଂ ପ୍ରଦୀପ ମାଝୀ ଅପରିବର୍ତ୍ତିତ ରହିଛନ୍ତି। ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସର ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ ପାଇଁ ନିଜକୁ ଦାୟୀ କରି ନିରଞ୍ଜନ ସଭାପତି ପଦରୁ ଇସ୍ତଫା ଦେଇଥିଲେ। ଏପରିକି ତାଙ୍କ ଇସ୍ତଫା ଗ୍ରହଣ କରିବା ଲାଗି ଇତି ମଧ୍ୟରେ ୩ଥର ଦିଲ୍ଲୀ ଯାଇ ଏଆଇସିସିକୁ ନିବେଦନ କରିଥିଲେ। ହେଲେ ତାଙ୍କ ଇସ୍ତଫାକୁ ଏଆଇସିସି ଗ୍ରହଣ କରିନାହିଁ। ଏଆଇସିସିର ଏଭଳି ନିଷ୍ପତ୍ତିକୁ ଦଳ ମଧ୍ୟରେ ବହୁ ବରିଷ୍ଠ ନେତା ସ୍ବାଗତ କରିଥିବାବେଳେ ଆଉ କେତେଜଣ ବିରୋଧ କରିଛନ୍ତି। ବରିଷ୍ଠ ନେତା ଶରତ ରାଉତ କହିଛନ୍ତି, ଦଳର ହାଇକମାଣ୍ଡ ଯାହା ନିଷ୍ପତ୍ତି ନେଇଛନ୍ତି ତାକୁ ମାନିନେଇ କାର୍ଯ୍ୟ କରିବୁ। ଆମକୁ ଦଳରେ ଯାହା କାର୍ଯ୍ୟ କରିବାକୁ କୁହାଯିବ ତାକୁ ଠିକ୍‌ରେ ପାଳନ କରିବୁ ବୋଲି ସେ କହିଛନ୍ତି। ମାତ୍ର ଦଳ ଭିତରେ ନିରଞ୍ଜନଙ୍କୁ ପିସିସି ସଭାପତି ପଦରୁ ବାହାର କରିବାକୁ ଚାହୁଁଥିବା ଗୋଷ୍ଠୀ ବର୍ତ୍ତମାନ ଏହି ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇଥିବା ଜଣାପଡିଛି। ଆଗକୁ ଦଳର ସାଙ୍ଗଠନିକ ସ୍ଥିତି ସୁଦୃଢ ହେବା ଲାଗି ନେତାଙ୍କ ମଧ୍ୟରେ ସମନ୍ବୟ ରହିବାର ଯେଉଁ ଆବଶ୍ୟକତା ଥିଲା ତା’ ଉପରେ କୌଣସି ଗୁରୁତ୍ୱ ଦିଆ ନ ଯାଇ ନିରଞ୍ଜନଙ୍କୁ ଆଶ୍ୱସ୍ତି ମିଳିଥିବା ରାଜନୈତିକ ମହଲରେ ଆଲୋଚନା ଜୋର୍‌ ଧରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri