ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା, ଢେଙ୍କାନାଳ ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୦।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ।

ସମସ୍ତ ସ୍କୁଲର ଶିକ୍ଷା ବ୍ୟବସ୍ଥା, ଭିତ୍ତିଭୂମି ଏବଂ ଆବଶ୍ୟକ ଆନୁଷଙ୍ଗିକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହା ଜିଲା ପ୍ରଶାସନର ହସ୍ତଗତ ହୋଇଛି। ଉକ୍ତ ନିର୍ଦ୍ଦେଶନାମାକୁ ଠିକ୍‌ଭାବେ ଅନୁପାଳନ କରିବାକୁ ସମସ୍ତ ବ୍ଲକର ବିଡିଓ, ସରପଞ୍ଚମାନଙ୍କୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସାଥ୍‌-ଇ କର୍ମକର୍ତ୍ତା, ବିଇଓଙ୍କୁ ନେଇ ଅନଲାଇନ ମାଧ୍ୟମରେ ସ୍କୁଲଗୁଡ଼ିକର ମନିଟରିଂ କରାଯାଉଛି। ଏହି କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବାକୁ ଆଲୋଚନା କରାଯାଇଥିଲା। ଏଥିସହ ସ୍କୁଲରେ ଆୟୋଜିତ ପରୀକ୍ଷାର ମାନବୃଦ୍ଧି, ପୋଷାକ ବିତରଣରେ ସ୍ବଚ୍ଛତା, ସ୍କୁଲ ମିଶ୍ରଣ କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି।
ଜିଲା ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡ଼ା ସମଗ୍ର ଶିକ୍ଷା ଅଧୀନରେ ହାତକୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ପ୍ରତି ମାସରେ ଶିକ୍ଷାର ମାନବୃଦ୍ଧି ପାଇଁ ସମୀକ୍ଷା ବୈଠକ ଆୟୋଜିତ ହେଉଛି। ଏଥିରେ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟକ୍ରମର ସୂଚନା ଦେବା ଏବଂ ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ଆବଶ୍ୟକ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଡିଇଓ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ବିଭିନ୍ନ ବ୍ଲକର ବିଇଓଙ୍କ ସମେତ ସମଗ୍ର ଶିକ୍ଷା ଅଭିଯାନର କର୍ମକର୍ତ୍ତାମାନେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri