ତାଳଚେର,୧୮ା୮(ନି.ପ୍ର.) ତାଳଚେର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ କଣ୍ଟିଜେନ୍ସି ବାବଦ ଅର୍ଥ ହେରଫେର ଘଟଣାର ତଦନ୍ତ କରବିାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କଣ୍ଟିଜେନ୍ସି ଅର୍ଥ ହଡପ, ଇସିସିଇ ଟ୍ରେନିଂ ମମତା ଯୋଜନା, ସ୍ବୟଂ ସହାୟକ ଗୋଷ୍ଠୀ ତାଲିମ ଓ ଅନ୍ୟାନ୍ୟ ରିଫ୍ରେସର ଟ୍ରେନିଂ ବାବଦକୁ ଆସୁଥିବା ଅର୍ଥର ଠିକ ବିନିଯୋଗ କରାଯାଉ ନ ଥିବା ଅଙ୍ଗନଓ୍ବାଡ଼ି ସଂଘ ପକ୍ଷରୁ ଉପଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ତେବେ ଉପଜିଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ ପରେ ସିଡିପିଓ, ସୁପରଭାଇଜରମାନେ ତରବରିଆଭାବେ ପୌରାଞ୍ଚଳର ସମସ୍ତ କେନ୍ଦ୍ରକୁ ୮ଟି ସେଟ୍ ଲେଖାଏଁ ପ୍ଲାଷ୍ଟିକ ସାମଗ୍ରୀ ଯୋଗାଇ ଦେଇ ଏକ ସାଦା କାଗଜରେ ସମସ୍ତ କର୍ମୀମାନଙ୍କ ଠାରୁ ଦସ୍ତଖତ କରାଇ ନେଇଥିବା ସଂଘ ଅଭିଯୋଗ କରିଛି। କିଛି କେନ୍ଦ୍ରକୁ ୪/୫ ଟି ସେଟ୍ ଦିଆଯାଇଛି। କିନ୍ତୁ ଗ୍ରାମାଞ୍ଚଳର କୌଣସି କେନ୍ଦ୍ରକୁ ପ୍ଲାଷ୍ଟିକ ସାମଗ୍ରୀ ଯୋଗାଣ ହୋଇନାହିଁ। ଏହି କଣ୍ଟିଜେନ୍ସି ବାବଦକୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ ହୋଇଥିବା ସଂଘ ଅଭିଯୋଗ ଆଣିଛି। ଘଟଣାରେ ବିଡିଓ ଓ ସହକାରୀ ଜିଲାପାଳ ଯୁଗ୍ମସ୍ତରୀୟ ତଦନ୍ତ କରାଯିବା ନେଇ ପତ୍ର ସଂଖ୍ୟା ୬୩୮୩ରେ ଗତ ୧୯ା୦୭ା୧୯ ତାରିଖରେ ଲିଖିତ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷେ ଏହାର ଭିଜିଲାନ୍ସ ତଦନ୍ତ କରିବାକୁ ସଂଘ ଦାବି କରିଛି। ଏ ସମ୍ପର୍କରେ ସିଡିପିଓ ଲୀଳାବତୀ ନାଗଙ୍କୁ ଯୋଗାଯୋଗ କରିବାରେ କହିଛନ୍ତି, କଣ୍ଟିଜେନ୍ସି ଅର୍ଥର ଠିକ ବିନିଯୋଗ କରାଯାଇଛି ା ଅଭିଯୋଗର କୌଣସି ସତ୍ୟତା ନାହିଁ।
ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ ଅର୍ଥ ହେରଫେର ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ଉପଜିଲାପାଳ
Posted inଆମ ଜିଲା ଖବର, ଢେଙ୍କାନାଳ View All
ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….
ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…
ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…
କଟକ,୧୬।୮: ୧୯୯୩ ବ୍ୟାଚ୍ ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…
କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍ ଉଦ୍ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା
ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…
ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି
ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…
କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…
କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…
କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ
ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…
ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ
ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…
Archives

