ସମନ୍ବୟ କମିଟି ସଚେତନତା ବୈଠକ : ଫାଇଲେରିଆମୁକ୍ତ ଜିଲା ଆହ୍ବାନ

ଢେଙ୍କାନାଳ ଅଫିସ, ୨୭।୭ – ଢେଙ୍କାନାଳକୁ ଫାଇଲେରିଆମୁକ୍ତ କରିବାକୁ ଅଣ୍ଟା ଭିଡ଼ିଛି ଜିଲା ପ୍ରଶାସନ। ଏ ନେଇ ଶୁକ୍ରବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଆୟୋଜିତ ହୋଇଛି ଜିଲା ସମନ୍ବୟ ବୈଠକ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି କହିଲେ, ଫାଇଲେରିଆର ମୂଳୋତ୍ପାଟନ କରିବାକୁ ସବୁ ବିଭାଗର ସହଯୋଗ ଆବଶ୍ୟକ। ବିଧି ଅନୁଯାୟୀ ଔଷଧ ସେବନ କଲେ ଜିଲା ରୋଗମୁକ୍ତ ହୋଇପାରିବ ବୋଲି ସେ ଆହ୍ବାନ ଦେଇଥିଲେ।
ଅଗଷ୍ଟ ୮, ୯ ଏବଂ ୧୦ରେ ଫାଇଲେରିଆ ଔଷଧ ବିତରଣ କରାଯିବ। କେବଳ ଔଷଧ ବାଣ୍ଟିଦେଲେ ହେବନାହିଁ। ଏହାକୁ ଯେପରି ସମସ୍ତେ ସେବନ କରିବେ ସେଥିଲାଗି ନଜର ଦେବା ଜରୁରୀ। ଏଥିପାଇଁ ସରପଞ୍ଚ, ୱାର୍ଡମେମ୍ବର,ଏସ୍‌ଏଚ୍‌ଜି ସଦସ୍ୟ, ଗଁା କଲ୍ୟାଣ ସମିତି, ଆଶା, ଅଙ୍ଗନଓ୍ବାଡି କର୍ମୀ, ସ୍ବେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାଙ୍କୁ ପ୍ରଶିକ୍ଷଣ ଦେବାକୁ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଫାଇଲେରିଆ ରୋଗୀ ଚିହ୍ନଟ ହେଉଥିବା ଅଞ୍ଚଳକୁ ଅଧିକ ଫୋକସ୍‌ କରିବା, ସମ୍ପୃକ୍ତ ଅଞ୍ଚଳରେ ପ୍ରତିଷେଧକ ବ୍ୟବସ୍ଥା କରିବା, ବିଦ୍ୟାଳୟରେ ସଚେତନତା ସୃଷ୍ଟି, ଗ୍ରାମାଞ୍ଚଳରେ ଶୋଭାଯାତ୍ରା, ନିର୍ଦ୍ଧାରିତ ଦିବସରେ ଔଷଧ ସେବନ ଆଦି ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।
ଜିଲା ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର କହିଲେ, ୨ବର୍ଷରୁ କମ୍‌ ବୟସର ଶିଶୁ, ଗର୍ଭବତୀ, ଦୀର୍ଘଦିନ ଧରି ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କୁ ବାଦ୍‌ ଦେଲେ ଅନ୍ୟ ସମସ୍ତେ ଔଷଧ ସେବନ କରିପାରିବେ। ଏକା ଦିନରେ ସମସ୍ତେ ଔଷଧ ଖାଇଲେ ବାତଜ୍ୱର କୀଟାଣୁ ମରିଯିବା ସମ୍ଭାବନା ଅଧିକ। ଫଳରେ ରୋଗ ବ୍ୟାପିବା ଆଶଙ୍କାକୁ ଅନେକାଂଶରେ ଏଡ଼ାଇ ଦିଆଯାଇପାରିବ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର ରୋଗର ପ୍ରଭାବ ଓ ନିରାକରଣ ସମ୍ପର୍କରେ ଆଲୋଚନା କରିଥିଲେ। ଜିଲା ଭେକ୍ଟର ବାହିତ ରୋଗ ପରାମର୍ଶଦାତା ତପନ କୁମାର ସାହୁ ପାୱାର ପଏଣ୍ଟ ମାଧ୍ୟମରେ ଉପସ୍ଥିତ ସଦସ୍ୟଙ୍କୁ ସଚେତନ କରାଇଥିଲେ।
ବୈଠକରେ ଏଡିଏମ୍‌ଓ (ମେଡିକାଲ) ଡା. ସଙ୍କଳ୍ପ କେଶରୀ ଭୋଳ, ଜିଲା ସମାଜ ମଙ୍ଗଳ ଅଧିକାରୀ ଅହଲ୍ୟା ଧଳ, ଜିଲା ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର, ଜିଲା ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଅର୍ଥ ପରିଚାଳକ ଧୀରେନ୍ଦ୍ର ନନ୍ଦ, ସୁପରଭାଇଜର ନଗର ମୋହନ ମହାନ୍ତି, ସୁକାନ୍ତ କୁମାର ଚାନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ସହକାରୀ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ବିଦ୍ୟୁତ୍‌ କୁମାର ନନ୍ଦ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri