ସମନ୍ବୟ ପାଇଁ ନୋଡାଲ ଅଥରିଟି ଗଠନ କର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନରେ ରହିଛି। ଲକ୍ଷଲକ୍ଷ ଲୋକ ଅସହାୟ ଅବସ୍ଥାରେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେଠାରେ ସେମାନଙ୍କୁ କାମଧନ୍ଦା ମିଳୁ ନ ଥିବାରୁ ନିଜ ଭିଟାମାଟିକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ତେବେ ଅନ୍ୟ ରାଜ୍ୟରେ ଫସିଥିବା ଲୋକମାନେ କିଭଳି ସୁରକ୍ଷିତ ଭାବେ ନିଜ ଗ୍ରାମକୁ ଫେରିବେ ଓ ସେମାନଙ୍କ କୋଭିଡ୍‌ ପରୀକ୍ଷା କରାଯିବ ସେନେଇ ରାଜ୍ୟ ସରକାର ପଞ୍ଚାୟତ ଓ ପାୈରାଞ୍ଚଳରେ ଅସ୍ଥାୟୀ ଚିକିତ୍ସା କ୍ୟାମ୍ପ ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଖୋଲିଛନ୍ତି। ଅନ୍ୟ ରାଜ୍ୟରୁ ଲୋକମାନେ କିଭଳି ସୁରକ୍ଷିତ ଭାବେ ନିଜ ରାଜ୍ୟକୁ ଫେରିବେ ସେ ନେଇ ଏସଓପି(ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭିଡିଓ କନ୍‌ଫରେନ୍‌ସିଂ ଆଲୋଚନାବେଳେ ପ୍ରସ୍ତାବ ଦେଇଥିଲେ। ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଲୋକଙ୍କ ଆନ୍ତଃରାଜ୍ୟ ପରିବହନ ନେଇ ଏକ ଗାଇଡ୍‌ଲାଇନ ବା ନିର୍ଦ୍ଦେଶନାମା ଜାରି କରିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶ୍ରମିକ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର, ଏବଂ ଅନ୍ୟାନ୍ୟ ଲୋକମାନେ କିପରି ବିନା ବାଧାରେ ଫେରି ପାରିବେ ସେନେଇ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ନିଜ ରାଜ୍ୟରୁ ପଠାଇବା ଏବଂ ଗ୍ରହଣ କରିବା ପାଇଁ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକ ସ୍ବୀକୃତିପ୍ରାପ୍ତ ନୋଡାଲ କର୍ତ୍ତୃପକ୍ଷ ଗଠନ କରିବା ସହ ଏକ ଷ୍ଟାଣ୍ଡାର୍ଡ ପ୍ରୋଟୋକଲ ବିକାଶ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ନୋଡାଲ କର୍ତ୍ତୃପକ୍ଷ ଲୋକଙ୍କ ପଞ୍ଜୀକରଣ କରିବା ଆବଶ୍ୟକ। ଯଦି ଫସି ରହିଥିବା ଲୋକମାନେ ଗୋଟିଏ ରାଜ୍ୟରୁ ଅନ୍ୟରାଜ୍ୟକୁ ଯିବାକୁ ଚାହିଁବେ ତେବେ ଉଭୟ ରାଜ୍ୟ ପରସ୍ପର ମଧ୍ୟରେ ସମନ୍ବୟ ରକ୍ଷା କରି ମିଳିତ ଭାବେ ସଡ଼କ ପଥରେ ଯିବାକୁ ଅନୁମତି ଦେବାକୁ କୁହାଯାଇଛି। ସେହିପରି ଅନ୍ୟ ରାଜ୍ୟକୁ ଯାଉଥିବା ଲୋକଙ୍କୁ ସ୍କ୍ରିନିଂ କରି ଛାଡ଼ିବାକୁ କୁହାଯାଇଛି। ଯଦି କେହି ସାମାନ୍ୟ ଅସୁସ୍ଥ ଅନୁଭବ କରୁଥିବେ ତେବେ ସେମାନଙ୍କୁ ଯିବା ପାଇଁ ଅନୁମତି ଦେବାକୁ ପରାମର୍ଶ ଦିଆଯାଇଛି। ନିଜ ରାଜ୍ୟରେ ପହଞ୍ଚତ୍ବା ପରେ ସ୍ଥାନୀୟ ସ୍ବାସ୍ଥ୍ୟ ଅଧିକାରୀଙ୍କ ଦ୍ୱାରା ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କାରାଯିବ। ଯଦି କେହି ଗୁରୁତର ନ ଥିବେ ତେବେ ସେମାନଙ୍କ ପାଇଁ ପ୍ରସ୍ତୁତ କରାଯାଇଥିବା ସରକାରୀ କ୍ୱାରାଣ୍ଟାଇନ୍‌ରେ ନ ରଖି ନିଜ ଘରେ କ୍ୱାରାଣ୍ଟାଇନରେ ରଖାଯିବ। ସେମାନଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିବାସହିତ ନିୟମିତ ବ୍ୟବଧାନରେ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri