ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ: ଇଞ୍ଜିନ୍‌ରେ ଲାଗିଲା ନିଆଁ, ୩ କର୍ମଚାରୀ ମୃତ

ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍‌-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍‌ ଲାଇନ୍‌ ମରାମତି କରୁଥିବା ଏକ ମେଣ୍ଟେନାନ୍ସ ଇଞ୍ଜିନ୍‌ ଧକ୍କା ଦେବା ଯୋଗୁ ଟ୍ରେନ୍‌ର ଇଞ୍ଜିନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନ୍‌ର ଇଞ୍ଜିନ ସହ ଲଗେଜ ଭ୍ୟାନ୍‌ ଓ ଗୋଟିଏ ଜେନେରାଲ କୋଚ୍‌ ଲାଇନଚ୍ୟୁତ ହୋଇଛି। ଦୁର୍ଘଟଣା ପରେ ଉଭୟ ଟ୍ରେନର ଇଞ୍ଜିନରେ ନିଅଁା ଲାଗିଯିବାରୁ ୩ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ଟେକ୍ନିସିଆନ ଆନ୍ଧ୍ରପ୍ରଦେଶ ରାଜ୍ୟର ଶ୍ରୀକାକୁଲମ ଜିଲାର ସୁରେଶ, ରାୟଗଡ଼ାର ବରିଷ୍ଠ ସେକ୍ସନ ବିଦ୍ୟୁତ୍‌ ଇଞ୍ଜିନିୟର ସାଗର ଓ ବିଦ୍ୟୁତ୍‌ ଟେକ୍ନିସିଆନ ଗୌରୀ ନାଇଡୁ।  କର୍ତ୍ତବ୍ୟରେ ଅବହେଳା ଲାଗି ୨ ଷ୍ଟେଶନ୍‌ ମାଷ୍ଟରଙ୍କୁ ନିଲମ୍ବିତ କରାଯାଇଛି।

ସମଲେଶ୍ୱରୀ ଏକ୍ସପ୍ରେସ୍‌ ହାଓ୍ବଡାରୁ ଜଗଦଲପୁର ଯାଉଥିଲା। ତେବେ ଉକ୍ତ ସ୍ଥାନରେ ଅନ୍ୟ ଏକ ଇଞ୍ଜିନକୁ ଧକ୍କା ଦେବା ଯୋଗୁ ଟ୍ରେନ୍‌ର ଇଞ୍ଜିନ୍‌ରେ ନିଆଁ ଲାଗିଯାଇଥିଲା। ଦୁର୍ଘଟଣା ପରେ ଉକ୍ତ ଇଞ୍ଜିନକୁ ଟ୍ରେନ୍‌ରୁ ଅଲଗା କରି ଦିଆଯାଇଛି। ଟ୍ରେନ୍‌ରେ ଥିବା ପାସେଞ୍ଜରଙ୍କ କୌଣସି କ୍ଷତି ଘଟି ନାହିଁ। ତେବେ ବିଶାଖାପାଟଣାରୁ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳକୁ ଯାଉଥିବା ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁର୍ଘଟଣା ପରେ କୋରାପୁଟ-ରାୟଗଡା ରେଳ ରୁଟ୍‌ରେ ସମସ୍ତ ଟ୍ରେନ ଚଳାଚଳ ବନ୍ଦ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri