ସମଲେଶ୍ୱରୀଙ୍କ ପୀଠରେ ଖୁବ୍‌ଶୀଘ୍ର ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’

ଭୁବନେଶ୍ୱର,୨୮|୨(ବ୍ୟୁରୋ): ଆଧ୍ୟାତ୍ମିକ ପର୍ଯ୍ୟଟନକୁ ଗୁରୁତ୍ୱ ଦେଇ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଏଥିପାଇଁ ରାଜ୍ୟରେ ଥିବା ପ୍ରମୁଖ ଧାର୍ମିକ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ବିକାଶକୁ ପ୍ରାଥମିକତା ଦିଆଯାଇଛି। ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପରେ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ପୀଠର ସୌନ୍ଦର୍ଯ୍ୟକରଣ ଦିଗରେ ପଦକ୍ଷେପ ନିଆଯାଇଛି। ଏହିକ୍ରମରେ ଏଠାରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ ଶୋ’ ବ୍ୟବସ୍ଥା ଆରମ୍ଭ କରିବାକୁ ସ୍ଥିର ହୋଇଥିବାବେଳେ ଏହାର ପ୍ରସ୍ତୁତି କାର୍ଯ୍ୟ ପ୍ରାୟ ଅଧାଅଧି ହେଲାଣି। ଏନେଇ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି।
ଓଟିଡିସି ଦ୍ୱାରା ହେବାକୁ ଥିବା ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’ ମାଧ୍ୟମରେ ପଶ୍ଚିମ ଓଡ଼ିଶାର ଏହି ପ୍ରମୁଖ ମନ୍ଦିର ଏବଂ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମାହାତ୍ମ୍ୟ ବିଷୟରେ ପର୍ଯ୍ୟଟକମାନେ ଅବଗତ ହୋଇପାରିବେ। ଏଥିଲାଗି ୮ କୋଟି ଟଙ୍କା ଖର୍ଚ୍ଚ ହେଉଥିବାବେଳେ କୋଣାର୍କରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’ ବ୍ୟବସ୍ଥା କରିଥିବା ଟ୍ରାଇକଲର୍‌ ସଂସ୍ଥା ଏହାର ଦାୟିତ୍ୱ ନେଇଛି। ବର୍ତ୍ତମାନ ଶୋ’ ପାଇଁ ସ୍କ୍ରିପ୍ଟ ତଥା କାହାଣୀ ଲେଖିବା କାମ ଚାଲିଛି। ଜିଲାସ୍ତରରେ ଏକ କମିଟି ଗଠନ କରାଯାଇ କାହାଣୀ ପ୍ରସ୍ତୁତି ହେଉଛି। ତାହା ଯେତେଶୀଘ୍ର ସରିବ ସେତେଶୀଘ୍ର ଶୋ’ର ଶୁଭାରମ୍ଭ ହେବ। ଓଡ଼ିଆ, ସମ୍ବଲପୁରୀ ସମେତ ହିନ୍ଦୀ ଓ ଇଂଲିଶ ଭାଷାରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’ ପ୍ରଦର୍ଶିତ ହେବ। ଶବ୍ଦ ଓ ଆଲୋକର ଖେଳରେ ଐତିହ୍ୟ, କିମ୍ବଦନ୍ତୀର ଗାଥା ଦେଖିବାକୁ ମିଳିବ ବୋଲି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri