ସମସ୍ତ କ୍ରିକେଟର ଦୁର୍ନୀତିମୁକ୍ତ

ଲଣ୍ଡନ, ୨୫ା୫(ପି.ଟି.)- ଆଗାମୀ ଆଇସିସି ବିଶ୍ୱକପ୍‌ ଖେଳିବା ଲାଗି ମନୋନୀତ କୌଣସି ଅନ୍ତର୍ଜାତୀୟ କ୍ରିକେଟର ଦୁର୍ନୀତି ପରିସରଭୁକ୍ତ ନୁହନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଦୁର୍ନୀତି ନିରୋଧୀ ୟୁନିଟ୍‌ (ଏସିୟୁ)ର ଜଣେ ବରିଷ୍ଠ ପଦାଧିକାରୀ ଆଲେକ୍ସ ମାର୍ଶାଲ ଏହି ସୂଚନା ଦେଇଛନ୍ତି। ଇଭେଣ୍ଟର ଇତିହାସରେ ଏହା ସବୁଠାରୁ ‘ସୁରକ୍ଷିତ’ ଟୁର୍ନାମେଣ୍ଟ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ପରବର୍ତ୍ତୀ ୬ ସପ୍ତାହ ଧରି ଇଂଲଣ୍ଡ ଓ ଓ୍ବେଲ୍ସରେ ହେବାକୁଥିବା ଟୁର୍ନାମେଣ୍ଟରେ ୧୦ଟି ଦଳ ଅଂଶଗ୍ରହଣ କରିବେ। ପ୍ରଥମ ଥର ସେମାନଙ୍କ ଦଳ ସହ ଦୁର୍ନୀତି ନିରୋଧୀ ମ୍ୟାନେଜର ଗସ୍ତ କରିଛନ୍ତି। ଗତ ୧୮ ମାସ ମଧ୍ୟରେ ୧୪ କିମ୍ବା ୧୫ଜଣଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି। କିନ୍ତୁ ଏମାନଙ୍କ ମଧ୍ୟରେ ଜଣେହେଲେ ବର୍ତ୍ତମାନର ଖେଳାଳି ନାହାନ୍ତି। ଯେଉଁମାନଙ୍କ ବିରୋଧରେ ଅଭିଯୋଗ ହୋଇଛି, ସେମାନଙ୍କ ମଧ୍ୟରେ ପ୍ରଶାସକ, ସିନିୟର ପ୍ରଶାସକ, ବୋର୍ଡ ସଦସ୍ୟ, କୋଚ୍‌, ପୂର୍ବତନ ଖେଳାଳି ଏବଂ ଆନାଲିଷ୍ଟ ପ୍ରମୁଖ ଅଛନ୍ତି। ବର୍ତ୍ତମାନ ଖେଳାଳି ଗ୍ରୁପ୍‌ରୁ ଜଣେ ହେଲେ କେହି ଏମାନଙ୍କ ମଧ୍ୟରେ ନାହାନ୍ତି ବୋଲି ଆଇସିସି ଜେନେରାଲ ମ୍ୟାନେଜର (ଏସିୟୁ) ମାର୍ଶାଲ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri