ସମସ୍ୟା ଘେରରେ କଣ୍ଟିଲୋ ମହାବିଦ୍ୟାଳୟ : ପାଚେରି ନିର୍ମାଣ ଓ ପାନୀୟ ଜଳ ବ୍ୟବସ୍ଥା ନେଇ ବିଧାୟକଙ୍କ ପ୍ରତିଶ୍ରୁତି

ଖଣ୍ଡପଡ଼ା,୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ଶନିବାର ବ୍ଲକସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗଦେଇଥିଲେ। ଏହି ଅବସରରେ କଲେଜର ବିଭିନ୍ନ ସମସ୍ୟା ପ୍ରତି କର୍ତ୍ତୃପକ୍ଷ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସୂଚନାଯୋଗ୍ୟ, କଲେଜଟି ଦୀର୍ଘ ୨୪ ହେଲା ପ୍ରତିଷ୍ଠା ହୋଇଥିବାବେଳେ ବର୍ଷ ବର୍ଷ ଧରି ଅନେକ ଆବଶ୍ୟକତା ପୂରଣ ହୋଇପାରି ନ ଥିବା ଓ ସମସ୍ୟା ଘେରରେ ରହିଥିବା ଅଭିଯୋଗ ହୋଇଆସୁଛି। ତେବେ ବିଧାୟକ ଏହାର ସମାଧାନ ନିମନ୍ତେ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ସହ ଆସନ୍ତା ସେପ୍ଟେମ୍ବର ମାସ ସୁଦ୍ଧା ବିଶେଷତଃ ପାନୀୟ ଜଳ ଯୋଗାଣ ଓ ସୁରକ୍ଷା ପାଚେରି ନିର୍ମାଣ କରାଯିବ ବୋଲି ପଟ୍ଟନାୟକ ଦୃଢ଼ ପ୍ରତିଶୃତି ଦେଇଛନ୍ତି। ସେ କହିଛନ୍ତି, ଏହି ଦୁଇଟି କାର୍ଯ୍ୟ ଯଦି ଚଳିତ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ସମ୍ପନ୍ନ ନ କରିବେ ତେବେ ସେ ଆଉ କଲେଜ ଆସିବେ ନାହିଁ। ସୂଚନାଯୋଗ୍ୟ, କଲେଜର କେବଳ ସମ୍ମୁଖ ପାଚେରି ନିର୍ମାଣ ହୋଇଥିବାବେଳେ ଅନ୍ୟ ୩ ଦିଗର ପାଚେରି ନିର୍ମାଣ ହୋଇପାରିନି। ପାଚେରି ନ ଥାଇ ୩ ପାର୍ଶ୍ୱରେ ଧାନ ଜମି ଥିବାରୁ ଅଣଛାତ୍ରମାନେ କଲେଜ ପରିସରକୁ ପ୍ରବେଶ କରିବାର ଆଶଙ୍କା ରହିଛି। ଅପରପକ୍ଷେ ମହାନଦୀ କୂଳରେ ମହାବିଦ୍ୟାଳୟଟି ରହିଥିବାବେଳେ ଏଠାରେ ପାନୀୟ ଜଳର ଘୋର ସମସ୍ୟା ଦେଖାଦେଇଛି। ଯଦିଓ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ କଣ୍ଟିଲୋ ଅଞ୍ଚଳକୁ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି ତେବେ କଲେଜ ପରିସରକୁ ଏହି ସୁବିଧା ଉପଲବ୍ଧ ହୋଇପାରିନି।ଏ ନେଇ ପ୍ରଶାସନକୁ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ କୌଣସି ପଦକ୍ଷେପ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଥିଲା। ତେବେ ବିଧାୟକ ପଟ୍ଟନାୟକଙ୍କ ଦୃଢ଼ ପ୍ରତିଶୃତି ପରେ କଲେଜରେ ଖୁସି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri