ସମସ୍ୟା ଘେରରେ ତାମଡ଼ା ବଜାର:କାଦୁଅ ପାଣିରେ ଚାଲିଛି କିଣାବିକା

ବଅଁରପାଳ, ୩୦।୭(ଡି.ଏନ.ଏ.)ଅନୁଗୋଳ ଜିଲା ବଅଁରପାଳଠାରେ ଥିବା ତାମଡ଼ା ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଠାରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଦୋକାନ ଗୃହ ରହିଥିବାବେଳେ ମରାମତି ଅଭାବରୁ ସେଗୁଡ଼ିକ ଶୋଚନୀୟ ହୋଇପଡ଼ିଛି। ଫଳରେ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ ମୁତାବକ, ୧୯୮୯ ଅକ୍ଟୋବର ୩ରେ ଏହି ବଜାର ଉଦ୍‌ଘାଟିତ ହୋଇଥିଲା। ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଥିଲେ। ତାଳଚେର-ଅନୁଗୋଳ ମେରାମଣ୍ଡଳୀ ଆଞ୍ଚଳିକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ବଜାର ନିର୍ମିତ ହୋଇଥିଲା। ବଜାର ନିର୍ମାଣ ସହ ମୋଟର ଗାଡ଼ି ରହିବା ସ୍ଥାନ ଓ ଯାତ୍ରୀ ବିଶ୍ରାମଗାର ପାଇଁ ସଂସ୍ଥା ପକ୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହୋଇଥିଲା। ତେବେ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ବର୍ତ୍ତମାନ ବଜାର ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ଏଠାରେ ରାସନ ଦୋକାନ, ଷ୍ଟେଶନାରୀ, ବସ୍ତ୍ରାଳୟ, ଜୋତା ଦୋକାନ, ପରିବା ଦୋକାନ, ସାଇକେଲ ଦୋକାନ, ଜଳଖିଆ ଦୋକାନ ସମେତ ବିଭିନ୍ନ ଦୋକାନ ରହିଥିବାବେଳେ ମରାମତି ଅଭାବରୁ ସେଗୁଡ଼ିକ ଶୋଚନୀୟ ହୋଇ ରହିଛି। ବର୍ଷାଦିନେ ଦୋକାନ ଗୃହରୁ ପାଣି ଗଳୁଥିବାବେଳେ କେତେକ ଦୋକାନର କାନ୍ଥ ଫାଟି ଯାଇଛି। ସେହିପରି ବର୍ଷା ଦିନେ ଦୋକାନରେ ପାଣି ପଶୁଥିବାରୁ କେତେକ ବ୍ୟବସାୟୀ ଦୋକାନରେ ପାଲ ଟାଣୁଥିବା ଦେଖିବାକୁ ମିଳୁଛି। ବର୍ଷା ହେଲେ ବଜାର ଭିତରଟି କାଦୁଅପୂର୍ଣ୍ଣ ହୋଇପଡ଼ିଛି। ଫଳରେ ବର୍ଷା ଦିନେ ପାଣି କାଦୁଅରେ ଗ୍ରାହକମାନେ କିଣାବିକା କରୁଥିବା ଦେଖାଯାଉଛି। ବଜାରରେ ଲାଇଟ ବ୍ୟବସ୍ଥା ଅଚଳ ହୋଇପଡିଛି। ଏଥିଯୋଗୁ ସନ୍ଧ୍ୟାରେ ସମ୍ପୂର୍ଣ୍ଣ ବଜାର ଅନ୍ଧାର ହୋଇପଡ଼ିଛି। ସେହିପରି ଶୌଚାଳୟ, ବିଶ୍ରାମାଗାର ନ ଥିବାରୁ ବ୍ୟବସ୍ଥା ନ ଥିବାରୁ ଗ୍ରାହକ ଓ ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମାସକୁ ଏଠାରୁ ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ତାମଡ଼ା କର୍ତ୍ତୃପକ୍ଷଙ୍କ ନିକଟକୁ ଯାଉଥିବାବେଳେ ବଜାରର ଉନ୍ନତି ପାଇଁ କର୍ତ୍ତପକ୍ଷଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ବଜାରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଉଛି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଲାଗି ରହିଥିବା ସମସ୍ୟାର ସମାଧାନ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri