ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ

ବଅଁରପାଳ,୯।୮ (ଡିି.ଏନ୍‌.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ ଆବଶ୍ୟକ ଶ୍ରେଣୀ ଗୃହ ବି ନାହିଁ। ଏପରି କି ବେଞ୍ଚ ଓ ଡେସ୍କ ଅଭାବରୁ କେତେଜଣ ଛାତ୍ରୀଛାତ୍ରଙ୍କୁ ତଳେ ବସି ପଢ଼ିବାକୁ ପଡ଼ୁଛି। ଏ ନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ଶିକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି।
ସରକାରଙ୍କ ଦ୍ୱାରା ପରିଚାଳିତ ଏହି ଉଚ୍ଚ ବିଦ୍ୟାଳୟ ୧୯୬୨ରେ ବିଜୟ କୁମାର ସିଂଙ୍କ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା। ତେବେ ୫୭ ବର୍ଷ ପୂରଣ କରିଥିବା ଏହି ପୁରାତନ ଉଚ୍ଚ ବିଦ୍ୟାଳୟଟି ବିଭିନ୍ନ ସମସ୍ୟା ମଧ୍ୟରେ ରହିଥିଲେ ମଧ୍ୟ ଏହାର ଉନ୍ନତି ପ୍ରତି କାହାର ଦୃଷ୍ଟି ପଡ଼ୁନାହଁ। ଏଠାରେ ଷଷ୍ଠଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନର ବ୍ୟବସ୍ଥା ରହିଛି। ୨୭୩ ଛାତ୍ରୀ ଓ ୩୭୧ ଛାତ୍ରଙ୍କୁ ମିଶାଇ ମୋଟ୍‌ ୬୪୪ ଜଣ ଅଧ୍ୟୟନ କରୁଛନ୍ତି। କିନ୍ତୁ ଏତେ ସଂଖ୍ୟକ ଛାତ୍ରୀଛାତ୍ରଙ୍କ ପାଇଁ ଅଛନ୍ତି ୧୩ ଜଣ ଶିକ୍ଷୟିତ୍ରୀ ଶିକ୍ଷକ। ତେବେ ଶ୍ରେଣୀ ଗୃହର ଅଭାବରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବହୁ ଅସୁବିଧା ହେଉଛି। ଅଷ୍ଟମ ଶ୍ରେଣୀ ପାଇଁ ୨ଟି ସେକ୍ସନ, ନବମ ଶ୍ରେଣୀ ପାଇଁ ୩ଟି ସେକ୍ସନ, ୧୦ମ ଶ୍ରେଣୀ ପାଇଁ ଦୁଇଟି, ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଇଁ ଗୋଟିଏ ଲେଖାଏ ଶ୍ରେଣୀ ଗୃହ ରହିଛି। ୯ମ ଶ୍ରେଣୀରେ ୨୦୬ ଜଣ ଓ ୧୦ମ ଶ୍ରେଣୀରେ ୧୭୭ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେହିପରି ଏହି କୋଠରି ଗୁଡ଼ିକ ମଧ୍ୟରୁ କେତେକ ମରାମତି ଅଭାବରୁ ଶୋଚନୀୟ ଅବସ୍ଥାକୁ ଆସିଗଲାଣି। ଏଠାରେ ୧୬ ଜଣ ଶିକ୍ଷକଙ୍କ ଆବଶ୍ୟକତା ଥିବାବେଳେ ବର୍ତ୍ତମାନ ୧୩ ଜଣ ରହିଛନ୍ତି। ଦୀର୍ଘ ଦିନ ହେଲା ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ତେଣୁ ସହକାରୀ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱ ତୁଲାଉଛନ୍ତି। ପ୍ରଧାନ ଶିକ୍ଷକ ନ ଥିବାରୁ ବିଦ୍ୟାଳୟ ପରିଚାଳନା କ୍ଷେତ୍ରରେ ବହୁ ସମସ୍ୟା ସୃଷ୍ଟି ହେଉଛି। ଡେସ୍କ ଓ ବେଞ୍ଚ ଅଭାବ ଯୋଗୁ କେତେଜଣ ଛାତ୍ରୀଛାତ୍ର ଚଟାଣରେ ବସି ପଢ଼ୁଥିବା ଦେଖିବାକୁ ମିଳୁଛି। ସେହିପରି ଏଠାରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରତିଷ୍ଠାନ, ତୃତୀୟ ଭାଷା ଧନ୍ଦାମୂଳକ ଶିକ୍ଷା ବ୍ୟବସ୍ଥା, ପ୍ରଯୁକ୍ତି ବିଦ୍ୟା ଟ୍ରାଭେଲ୍‌ ଟୁରିଜିମ୍‌ ବ୍ୟବସ୍ଥା ସହ ବିଜ୍ଞାନଗାର ମଧ୍ୟ ଏହି ବିଦ୍ୟାଳୟରେ ଖୋଲା ଯାଇଛି। ଏହି ସବୁ ବ୍ୟବସ୍ଥା ଥିଲେ ମଧ୍ୟ କୋଠରିର ଅଭାବ ରହିଛି। ସ୍କୁଲ ସମୟରେ ଯଦି କୌଣସି କାର୍ଯ୍ୟକ୍ରମ କରାଯାଉଛି ତେବେ କୌଣସି ଗୋଟିଏ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପଢ଼ା ବନ୍ଦ କରାଯାଇ ସେହି ଗୃହରେ ଉକ୍ତ କାର୍ଯ୍ୟକ୍ରମ କରାଯାଉଥିବା ଦେଖିବାକୁ ମିଳୁଛି।
ଏ ସମ୍ପର୍କରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦୁଷ୍ମନ୍ତ କୁମାର ସେନାପତି କୁହନ୍ତି, ଶ୍ରେଣୀ ଗୃହ ଅଭାବରୁ ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଧାନ ଶିକ୍ଷକ ପଦବୀ ଦୀର୍ଘ ଦିନ ହେଲା ଖାଲି ରହିଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନାହାନ୍ତି। ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ସେହିପରି ବଅଁରପାଳ ବ୍ଲକର ଅତିରିକ୍ତ ଶିକ୍ଷା ଅଧିକାରୀ ମନୋରମା ମାଝି କୁହନ୍ତି, ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ପୂର୍ବରୁ ଆମ ପାଖରେ ଅଭିଯୋଗ ହୋଇଛି। ସ୍କୁଲର ଉନ୍ନତି ପାଇଁ ଦୃଷ୍ଟି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ: ପ୍ରମିଳା ମଲ୍ଲିକଙ୍କ ନାଁରେ… 

ଭୁବନେଶ୍ୱର,୨୦।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ନେଇ  ବିଜେଡି ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ କରିଥିଲା। ତେବେ ଏହି କାରଣ ଦର୍ଶାଅ ନୋଟିସର ଉତ୍ତର…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

ତେଜିଲା ଆନ୍ଦୋଳନ: ତହସିଲଦାରଙ୍କ ଗାଡ଼ି ଆଗରେ ଶୋଇଲେ ଚାଷୀ

ଚାନ୍ଦବାଲି,୨୦।୩: ଭଦ୍ରକ ଜିଲା ତିହିଡି ବ୍ଲକ ଚାରିତରଫ ସୋସାଇଟରେ ଶୁକ୍ରବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଚାଷୀମାନେ ରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri