ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଦୌରାଜଜ୍‌ ତଥା ପ୍ରାଧିକରଣ ଅଧ୍ୟକ୍ଷ ମଳୟ ରଞ୍ଜନ ଦାସ ଏହାକୁ ଉଦ୍‌ଘାଟନ କରିଥିଲେ। ଜିଲା ଆଇନସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ନେଇ ପାରାଲିଗାଲ ସ୍ବେଚ୍ଛାସେବୀମାନେ ହାଜତ, ଚିକିତ୍ସାଳୟ, ପଞ୍ଚାୟତ କ୍ଲିନିକ ପରିଦର୍ଶନ କରିବେ। ଜେଲ ଅନ୍ତେବାସୀ, ରୋଗୀଙ୍କୁ କିଭଳି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ କରିବେ। ପଛୁଆ, ଅସହାୟ, ଗରିବ ଏବଂ ଦୁର୍ବଳ ଶ୍ରେଣୀର ଲୋକେ କିପରି ନ୍ୟାୟ ପାରିପାରିବେ ସେ ଦିଗରେ କାର୍ଯ୍ୟ କରିବାକୁ ସ୍ବେଚ୍ଛାସେବୀଙ୍କୁ ପରାମର୍ଶ ଦିଆଯାଇଛି।
ଲୋକ ଅଦାଲତର ବିଭିନ୍ନ କାର୍ଯ୍ୟ, ସମସ୍ୟା ସମାଧାନ କ୍ଷେତ୍ରରେ ପାରାଲିଗାଲ ସ୍ବେଚ୍ଛାସେବୀଙ୍କ ଭୂମିକା ବିଷୟରେ ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ବିରଞ୍ଚତ୍ କୁମାର ରଥ ବୁଝାଇଥିଲେ। ଜିଲା ଶ୍ରମ ଅଧିକାରୀ ମାନଭଞ୍ଜନ ପ୍ରଧାନ, ଆଇନ ମହାବିଦ୍ୟାଳୟର ପ୍ରାଧ୍ୟାପକ ବିଜୟ ଚନ୍ଦ୍ର ମହାପାତ୍ର ଶ୍ରମ ଆଇନ, ପାରିବାରିକ ହିଂସା, ଫୌଜଦାରି, ଦେୱାନୀ ଆଇନ ବିଷୟରେ ଆଲୋକପାତ କରିଥିଲେ। ଆଇନଜୀବୀ ବିଧୁଭୂଷଣ ସାହୁ, ସିଭିଲ କୋର୍ଟ ରେଜିଷ୍ଟ୍ରାର ସଞ୍ଜିତ କୁମାର ବେହେରା, ପ୍ରାଧିକରଣ ସଚିବ ଅରୁଣ ପଟ୍ଟନାୟକ ପ୍ରମୁଖ ଶିଶୁ ଅଧିକାର ଆଇନ ବିଷୟରେ ବିଶଦ ବିବରଣୀ ଦେଇଥିଲେ।
ଅତିରିକ୍ତ ଜିଲାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ (ଭିଜିଲାନ୍ସ) ପ୍ରତିମା ପଣ୍ଡା, ପରିବାର ଅଦାଲତ ବିଚାରପତି ଦୀପ୍ତିରଞ୍ଜନ କାନୁନ୍‌ଗୋ, ଅତିରିକ୍ତ ଜିଲାଜଜ୍‌ ରାଜକିଶୋର ମହାପାତ୍ର, ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ମୁକ୍ତିରଞ୍ଜନ ଶତପଥୀ, ବରିଷ୍ଠ ଦେୱାନୀ ବିଚାରପତି ଅଳ୍ପନା ସ୍ବାଇଁ, ସୁଶୀଲ ସାହୁ, ଗୀତାଞ୍ଜଳି ନନ୍ଦ, ଛାୟାକାନ୍ତ ଦାସ, ଏସ୍‌ଡିଜେଏମ୍‌ ଅଭିଜିତ କୁମାର ପୁରୋହିତ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ, ନିଶା ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri