ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଦୌରାଜଜ୍‌ ତଥା ପ୍ରାଧିକରଣ ଅଧ୍ୟକ୍ଷ ମଳୟ ରଞ୍ଜନ ଦାସ ଏହାକୁ ଉଦ୍‌ଘାଟନ କରିଥିଲେ। ଜିଲା ଆଇନସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ନେଇ ପାରାଲିଗାଲ ସ୍ବେଚ୍ଛାସେବୀମାନେ ହାଜତ, ଚିକିତ୍ସାଳୟ, ପଞ୍ଚାୟତ କ୍ଲିନିକ ପରିଦର୍ଶନ କରିବେ। ଜେଲ ଅନ୍ତେବାସୀ, ରୋଗୀଙ୍କୁ କିଭଳି ସେବା ଯୋଗାଇ ଦିଆଯାଉଛି ତାହାର ତଦାରଖ କରିବେ। ପଛୁଆ, ଅସହାୟ, ଗରିବ ଏବଂ ଦୁର୍ବଳ ଶ୍ରେଣୀର ଲୋକେ କିପରି ନ୍ୟାୟ ପାରିପାରିବେ ସେ ଦିଗରେ କାର୍ଯ୍ୟ କରିବାକୁ ସ୍ବେଚ୍ଛାସେବୀଙ୍କୁ ପରାମର୍ଶ ଦିଆଯାଇଛି।
ଲୋକ ଅଦାଲତର ବିଭିନ୍ନ କାର୍ଯ୍ୟ, ସମସ୍ୟା ସମାଧାନ କ୍ଷେତ୍ରରେ ପାରାଲିଗାଲ ସ୍ବେଚ୍ଛାସେବୀଙ୍କ ଭୂମିକା ବିଷୟରେ ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ବିରଞ୍ଚତ୍ କୁମାର ରଥ ବୁଝାଇଥିଲେ। ଜିଲା ଶ୍ରମ ଅଧିକାରୀ ମାନଭଞ୍ଜନ ପ୍ରଧାନ, ଆଇନ ମହାବିଦ୍ୟାଳୟର ପ୍ରାଧ୍ୟାପକ ବିଜୟ ଚନ୍ଦ୍ର ମହାପାତ୍ର ଶ୍ରମ ଆଇନ, ପାରିବାରିକ ହିଂସା, ଫୌଜଦାରି, ଦେୱାନୀ ଆଇନ ବିଷୟରେ ଆଲୋକପାତ କରିଥିଲେ। ଆଇନଜୀବୀ ବିଧୁଭୂଷଣ ସାହୁ, ସିଭିଲ କୋର୍ଟ ରେଜିଷ୍ଟ୍ରାର ସଞ୍ଜିତ କୁମାର ବେହେରା, ପ୍ରାଧିକରଣ ସଚିବ ଅରୁଣ ପଟ୍ଟନାୟକ ପ୍ରମୁଖ ଶିଶୁ ଅଧିକାର ଆଇନ ବିଷୟରେ ବିଶଦ ବିବରଣୀ ଦେଇଥିଲେ।
ଅତିରିକ୍ତ ଜିଲାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ (ଭିଜିଲାନ୍ସ) ପ୍ରତିମା ପଣ୍ଡା, ପରିବାର ଅଦାଲତ ବିଚାରପତି ଦୀପ୍ତିରଞ୍ଜନ କାନୁନ୍‌ଗୋ, ଅତିରିକ୍ତ ଜିଲାଜଜ୍‌ ରାଜକିଶୋର ମହାପାତ୍ର, ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ମୁକ୍ତିରଞ୍ଜନ ଶତପଥୀ, ବରିଷ୍ଠ ଦେୱାନୀ ବିଚାରପତି ଅଳ୍ପନା ସ୍ବାଇଁ, ସୁଶୀଲ ସାହୁ, ଗୀତାଞ୍ଜଳି ନନ୍ଦ, ଛାୟାକାନ୍ତ ଦାସ, ଏସ୍‌ଡିଜେଏମ୍‌ ଅଭିଜିତ କୁମାର ପୁରୋହିତ, ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ରାଜଶ୍ରୀ ଆର୍ଯ୍ୟବାଳା ତ୍ରିପାଠୀ, ନିଶା ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri