ସମାଜ ସଂସ୍କାର ପାଇଁ ବରିଷ୍ଠ ନାଗରିକମାନେ ମଙ୍ଗୁଆଳ: ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ନୂଆପଡା ଅଫିସ,୨।୧୦ – ଅଭିଜ୍ଞତା ମଣିଷକୁ ସିଦ୍ଧହସ୍ତ କରିଥାଏ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ବିଭିନ୍ନ ଜିନିଷ ଉପରେ ନିଖୁଣ ପାରଙ୍ଗମତା ରହିଛି। ସେମାନଙ୍କ ଉଚିତ ମାର୍ଗଦର୍ଶନରେ ସମାଜ ଚାଲିଛି। ଏହାର ସଦୁପଯୋଗ ହେବା ଆବଶ୍ୟକ। ବରିଷ୍ଠ ନାଗରିକମାନେ ସମାଜ ସଂସ୍କାରର ମଙ୍ଗୁଆଳ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ। ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମରେ ନୂଆପଡା ଏନଏସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝି ସଭାପତିତ୍ୱ କରିଥିବାବେଳେ ଡିଆରଡିଏ ପିଡି ବୃଷଭ ଚନ୍ଦ୍ର ନାଏକ ମୁଖ୍ୟଅତିଥି, ଉପଜିଲାପାଳ ତରଣୀସେନ ନାଏକ, ଜିଲା ସାମାଜିକ ସୁରକ୍ଷାଧିକାରୀ ଗୋପଲକ୍ଷ୍ମୀ ହୋତା, ନୂଆପଡା ବରିଷ୍ଠ ନାଗରିକ ସଭାପତି କ୍ଷୀରୋଦ ନିବାସ ପଣ୍ଡା, ସାମାଜିକ କର୍ମୀ ପ୍ରମୋଦିନି ପଣ୍ଡା, ଟିମନ ବାରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ବରିଷ୍ଠ ନାଗରିକମାନେ ସେମାନଙ୍କ ଜୀବନର ବିଭିନ୍ନ ଅନୁଭୂତି ବଖାଣିଥିବାବେଳେ ସରକାରୀସ୍ତରରେ କିପରି ଅବହେଳା କରାଯାଉଛି ସେ ଉପରେ ମତ ରଖିଥିଲେ। ବରିଷ୍ଠ ନାଗରିକମାନଙ୍କ ସ୍ବାର୍ଥ୍ୟ ରକ୍ଷା ନିମନ୍ତେ ସରକାର କ’ଣ ସବୁ ପଦକ୍ଷେପ ନେଉଛନ୍ତି ସେ ଉପରେ ଅଧିକାରୀମାନେ ଗୁରୁତ୍ୱ ଦେଇଥିଲେ। ଏହି ଅବସରରେ ଅବସରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବି.ବି. ଜଗତ ଚିକିତ୍ସା ସମ୍ପର୍କରେ ପରାମର୍ଶ ଦେଇଥିବାବେଳେ ଜିଲା ଆଇନ ସେବା ପ୍ରାଧିକରଣ ସଚିବ ଅଜିତ କୁମାର ଓତା ଯୋଗଦେଇ ଆଇନ ସମ୍ପର୍କିତ ଦିଗ ଉପରେ ପରାମର୍ଶ ଦେଇଥିଲେ। ଜିଲା ମୁଖ୍ୟ ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଏକ ମ୍ୟୁଜିକ ଚେୟାର ପ୍ରତିଯୋଗିତା ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ସ୍ଥାନୀୟ ସାଲେଭଟା ଉଚ୍ଚପ୍ରାଥମିକ ବିଦ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରବେଷଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ କଦମର ସମ୍ପାଦକ ଯାଜ୍ଞସେନୀ ମହାପାତ୍ରଙ୍କ ସହ ଏନଏସି ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri