ସମାନ୍ୟ ବଚସାରୁ ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା

ଜୁନାଗଡ, ୧।୬(ସ୍ବ.ପ୍ର): କଳହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାରୁ ଜଣକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ହତ୍ୟାର ଶିକାର ହୋଇଛନ୍ତି ରୁପି ମାଝୀ (୪୮)। ପୋଲିସ ସୂତ୍ରରୁ ପ୍ରକାଶ ଶନିବାର ସନ୍ଧ୍ୟାରେ ବିଜ୍ରାଦର ଗ୍ରାମର ରୁପି ମାଝୀ ସେହି ଗ୍ରାମର ରାମେଶ୍ୱର ନିଆଲ(୫୦)ଙ୍କ ଘରକୁ ଯାଇ ଗାଳିଗୁଲଜ କରିଥିଲେ। ଏଥିରେ ଉତ୍ୟକ୍ତ ହୋଇ ରାମେଶ୍ୱର ଏକ ଠେଙ୍ଗାରେ ରୁପିଙ୍କ ମୁଣ୍ଡରେ ପ୍ରହାର କରିଥିଲେ। ରୁପିକୁ ଗୁରୁତର ଅବସ୍ଥାରେ ପରିବାର ଲୋକେ ଘରକୁ ନେଇ ଆସିଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଜୁନାଗଡ ଥାନା ପୋଲିସ ରବିବାର ସାଇଣ୍ଟିଫିକ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତନାଘନା ଚଳାଇଥିଲେ। ମୃତଦେହ ଜବତ କରି ଜୁନାଗଡ ଡାକ୍ତରଖାନାକୁ ସନ୍ଧ୍ୟାରେ ବ୍ୟବଚ୍ଛେଦ ଲାଗି ଅଣାଯାଇଥିଲା। ସୋମବାର ବ୍ୟବଚ୍ଛେଦ କରାଯିବ ବୋଲି ଥାନା ଅଧିକାରୀ ଉତ୍ତମ କୁମାର ସାହୁ ପ୍ରକାଶ କରିଛନ୍ତି । ଏନେଇ ଥାନାରେ ଏକ ମାମଲା (ନଂ.୧୪୫/୨୦)ରୁଜୁ ହୋଇଛି। ଅଭିଯୁକ୍ତ ରାମେଶ୍ୱରଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri