Posted inଜାତୀୟ

ସମୁଦ୍ର କୂଳରେ ବସି ଭିଡିଓ କରୁଥିଲା ପରିବାର: ଅଚାନକ୍‌ ଆସିଲା ଢ଼େଉ…

ଗାନ୍ଧୀନଗର,୧୫।୬: ସମୁଦ୍ର କୂଳରେ ଥିବା ଏକ ମନ୍ଦିର ନିକଟରେ ଗୋଟିଏ ପରିବାର ବସି ମଜାମସ୍ତି କରୁଥିଲେ। ସେହି ସମୟରେ ହଠାତ୍‌ ଏକ ଉଚ୍ଚ ଢ଼େଉ ଆସି ତାଙ୍କୁ ପାଣି ଭିତରକୁ ଟାଣିନେଇଥିଲା। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଗୁଜରାଟର ପର୍ଯ୍ୟଟନସ୍ଥଳ କେନ୍ଦ୍ର ଶାସିତ ପ୍ରଦେଶ ଡିୟୁରେ। ସୂଚନାଯୋଗ୍ୟ, ଗୁଜୁରାଟରେ ପ୍ରଶାସନ ପକ୍ଷରୁ ବାତ୍ୟା ‘ବାୟୁ’ ପାଇଁ ଆଲର୍ଟ ଜାରି କରାଯାଇଥିଲା। ସମୁଦ୍ର କୂଳକୁ ପର୍ଯ୍ୟଟକ ଓ ମତ୍ସଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଥିଲେ। ଡିୟୁରେ ଥିବା ଗଙ୍ଗେଶ୍ୱର ମହାଦେବ ମନ୍ଦିର ଏହା ସମୁଦ୍ର କୂଳରେ ଅବସ୍ଥିତ। ସମସ୍ତଙ୍କୁ ଆଲର୍ଟ କରାଯିବା ସତ୍ତ୍ୱେ ଗୋଟିଏ ପରିବାର ଉକ୍ତ ମନ୍ଦିରର ପାହାଚରେ ବସି ମଜା କରିବା ସହ ଭିଡିଓ କରୁଥିଲେ। ସେହି ସମୟରେ ହଠାତ୍‌ ସମୁଦ୍ରର ଢ଼େଉ ଆସି ତାଙ୍କୁ ପାଣି ଭିତରକୁ ଟାଣି ନେଇଥିଲା। ଢ଼େଉର ପ୍ରଖରତା ଏତେ ଅଧିକ ଥିଲା ଯେ ସେଠାରେ ସେମାନଙ୍କର ସନ୍ତୁଳନ ବିଗିଡ଼ି ଯାଇଥିଲା। ହେଲେ ଭାଗ୍ୟବଶତଃ ଲଗାତାର ଭାବେ ଢ଼େଉ ନ ଆସିବାରୁ ଉକ୍ତ ପରିବାର ପରସ୍ପରର ହାତ ଧରି ପାଣି ଭିତରୁ ବାହାରକୁ ଆସିବାରେ ସଫଳ ହୋଇଥିଲେ। ଏହି ଘଟଣାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri