ସମୁଦ୍ରପଥ ଦେଇ ଗଞ୍ଜାମ ଫେରୁଛନ୍ତି ଆଉ ୩୫ ମତ୍ସ୍ୟଜୀବୀ, ସଜାଗ ରହିଛି ଆର୍ଯ୍ୟପଲି ମେରାଇନ ପୋଲିସ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ସମୁଦ୍ର ପଥଦେଇ ଆଜ ୩୫ ମତ୍ସ୍ୟଜୀବୀ ଚେନ୍ନାଇରୁ ଗଞ୍ଜାମ ଫେରୁଛନ୍ତି। ସୋମବାର ସନ୍ଧ୍ୟା ସୁଦ୍ଧା ସେମାନଙ୍କ ଡଙ୍ଗା ଗଞ୍ଜାମ ସମୁଦ୍ର କୂଳରେ ଲାଗିବ ବୋଲି ଜଣାଯାଇଛି। ଉକ୍ତ ମତ୍ସ୍ୟଜୀବୀମାନେ ଗଞ୍ଜାମ ଜ଼ିଲାର ପତିସୋନପୁର, ରାମେୟାପାଟଣା, ମାରକଣ୍ଡି, ଗୋପାଳପୁର, ଗୋଳାବନ୍ଧ, ରେ. କତୁରୁ, ବନ୍ଦର, ଆର୍ଯ୍ୟପଲି, ଅଗସ୍ତିନୂଆଗାଁ ଅଞ୍ଚର ବୋଲି ଜଣାପଡିଛି। ଏହି ଖବର ମିଳିବା ପରେ ଆର୍ଯ୍ୟପଲି ମେରାଇନ ପୋଲିସ ସଜାଗ ହୋଇପଡିଛି। ପ୍ରଶାସନ ଓ ପଞ୍ଚାୟତର ସରପଞ୍ଚ ଓ ଅନ୍ୟ କର୍ମଚାରୀ ମଧ୍ୟ ଏଥିପ୍ରତି ନଜର ରଖିଛନ୍ତି। କୋଷ୍ଟଗାର୍ଡ ଓ ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ ପୋଲିସ ପକ୍ଷରୁ ଏ ସମ୍ପର୍କରେ ଅବଗତ କରାଯାଇଛି। ଚେନ୍ନାଇରୁ ଡଙ୍ଗା କିଣି ଉକ୍ତ ଡଙ୍ଗାରେ ସେମାନେ ଫେରୁଥିବା ପରିବାର ସଦସ୍ୟଙ୍କଠାରୁ ଜଣାପଡ଼ିଛି।
ପ୍ରକାଶ ଯେ, ଗତ ୨୫ ତାରିଖରେ ଚେନ୍ନାଇରୁ ଡଙ୍ଗାରେ ୩୮ ଜଣ ମତ୍ସ୍ୟଜୀବୀ ଗଞ୍ଜାମ ଜିଲା ପାତିସୁନାପୁର ସମୁଦ୍ର କୂଳରେ ପହଞ୍ଚିଥିଲେ। ପରେ ଏମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କ୍ୱାରାଣ୍ଟାଇନରେ ରଖାଯାଇଥିଲା । ସେହିପରି ଗତ ସପ୍ତାହରେ ସମୁଦ୍ର ପଥରେ ୨୭ଜଣ ମତ୍ସ୍ୟଜୀବୀ ଡଙ୍ଗାରେ ଆସି ଆନ୍ଧ୍ର ପ୍ରଦେଶର ଇଚ୍ଛାପୁର ନିକଟ ସମୁଦ୍ର କୂଳରେ ପହଞ୍ଚିଥିଲେ। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜ଼ିଲା ପାତିସୋନପୁର ଅଞ୍ଚଳର ୯ ଜଣ ରହିଥିଲେ। ସମସ୍ତେ ଆନ୍ଧ୍ର ପ୍ରଦେଶରେ କ୍ୱାରାଣ୍ଟାଇନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri