ସମୁଦ୍ରପଥ ଦେଇ ଗଞ୍ଜାମ ଫେରୁଛନ୍ତି ଆଉ ୩୫ ମତ୍ସ୍ୟଜୀବୀ, ସଜାଗ ରହିଛି ଆର୍ଯ୍ୟପଲି ମେରାଇନ ପୋଲିସ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ସମୁଦ୍ର ପଥଦେଇ ଆଜ ୩୫ ମତ୍ସ୍ୟଜୀବୀ ଚେନ୍ନାଇରୁ ଗଞ୍ଜାମ ଫେରୁଛନ୍ତି। ସୋମବାର ସନ୍ଧ୍ୟା ସୁଦ୍ଧା ସେମାନଙ୍କ ଡଙ୍ଗା ଗଞ୍ଜାମ ସମୁଦ୍ର କୂଳରେ ଲାଗିବ ବୋଲି ଜଣାଯାଇଛି। ଉକ୍ତ ମତ୍ସ୍ୟଜୀବୀମାନେ ଗଞ୍ଜାମ ଜ଼ିଲାର ପତିସୋନପୁର, ରାମେୟାପାଟଣା, ମାରକଣ୍ଡି, ଗୋପାଳପୁର, ଗୋଳାବନ୍ଧ, ରେ. କତୁରୁ, ବନ୍ଦର, ଆର୍ଯ୍ୟପଲି, ଅଗସ୍ତିନୂଆଗାଁ ଅଞ୍ଚର ବୋଲି ଜଣାପଡିଛି। ଏହି ଖବର ମିଳିବା ପରେ ଆର୍ଯ୍ୟପଲି ମେରାଇନ ପୋଲିସ ସଜାଗ ହୋଇପଡିଛି। ପ୍ରଶାସନ ଓ ପଞ୍ଚାୟତର ସରପଞ୍ଚ ଓ ଅନ୍ୟ କର୍ମଚାରୀ ମଧ୍ୟ ଏଥିପ୍ରତି ନଜର ରଖିଛନ୍ତି। କୋଷ୍ଟଗାର୍ଡ ଓ ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ ପୋଲିସ ପକ୍ଷରୁ ଏ ସମ୍ପର୍କରେ ଅବଗତ କରାଯାଇଛି। ଚେନ୍ନାଇରୁ ଡଙ୍ଗା କିଣି ଉକ୍ତ ଡଙ୍ଗାରେ ସେମାନେ ଫେରୁଥିବା ପରିବାର ସଦସ୍ୟଙ୍କଠାରୁ ଜଣାପଡ଼ିଛି।
ପ୍ରକାଶ ଯେ, ଗତ ୨୫ ତାରିଖରେ ଚେନ୍ନାଇରୁ ଡଙ୍ଗାରେ ୩୮ ଜଣ ମତ୍ସ୍ୟଜୀବୀ ଗଞ୍ଜାମ ଜିଲା ପାତିସୁନାପୁର ସମୁଦ୍ର କୂଳରେ ପହଞ୍ଚିଥିଲେ। ପରେ ଏମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କ୍ୱାରାଣ୍ଟାଇନରେ ରଖାଯାଇଥିଲା । ସେହିପରି ଗତ ସପ୍ତାହରେ ସମୁଦ୍ର ପଥରେ ୨୭ଜଣ ମତ୍ସ୍ୟଜୀବୀ ଡଙ୍ଗାରେ ଆସି ଆନ୍ଧ୍ର ପ୍ରଦେଶର ଇଚ୍ଛାପୁର ନିକଟ ସମୁଦ୍ର କୂଳରେ ପହଞ୍ଚିଥିଲେ। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜ଼ିଲା ପାତିସୋନପୁର ଅଞ୍ଚଳର ୯ ଜଣ ରହିଥିଲେ। ସମସ୍ତେ ଆନ୍ଧ୍ର ପ୍ରଦେଶରେ କ୍ୱାରାଣ୍ଟାଇନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri