ସମୁଦ୍ରରେ ଡଙ୍ଗା ବୁଡ଼ି ଜଣେ ମତ୍ସ୍ୟଜୀବୀ ନିଖୋଜ, ୩ ଉଦ୍ଧାର

ରୂପ୍‌ସା/ବସ୍ତା,୨୫।୭(ଡି.ଏନ.ଏ./ସ୍ବ.ପ୍ର.)- – ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର ନିକଟ ସମୁଦ୍ରରେ ବୁଧବାର ଏକ ଦେଶୀଡଙ୍ଗା ବୁଡ଼ି ଯିବାରୁ ଜଣେ ମତ୍ସ୍ୟଜୀବୀ ନିଖୋଜ ଥିବା ଜଣାପଡ଼ିଛି। ଅନ୍ୟ ୩ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ଏକ ଦେଶୀ ଡଙ୍ଗାରେ ମାଛ ଧରିବା ପାଇଁ ୪ଜଣ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯାଇଥିଲେ। ଲହଢି ମାଡରେ ଭାରସାମ୍ୟ ହରାଇ ଡଙ୍ଗାଟି ସମୁଦ୍ରରେ ଓଲଟି ପଡି ବୁଡି ଯାଇଥିଲା। ୪ ଜଣ ମତ୍ସ୍ୟଜୀବୀ ପହଁରି ପହଁରି ଜୀବନ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ଖବର ପାଇ ସାମୁଦ୍ରିକ ଥାନା ପୋଲିସ ସଙ୍ଗେ ସଙ୍ଗେ ସ୍ପିଡ୍‌ବୋଟ୍‌ ଯୋଗେ ୩ ଜଣଙ୍କୁ ଉଦ୍ଧାର କରିବାରେ ସମର୍ଥ ହୋଇଥିଲା। ତେବେ କଷାଫଳ ଗ୍ରାମର ପଞ୍ଚାନନ ଦଳେଇଙ୍କର କୌଣସି ସନ୍ଧାନ ମିଳି ନ ଥିବା ଆଇଆଇସି ରୋଜାଲିନ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ନୀଳଗିରିରେ ସୁକାନ୍ତ-ସନ୍ତୋଷ ଲଢ଼େଇ

ନୀଳଗିରି, ୪।୫(ପ୍ରଶାନ୍ତ ବିଶ୍ୱାଳ): ଭାଜପାର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନୀଳଗିରିରୁ ଭାଜପାର ପ୍ରାର୍ଥୀ ହୋଇଛନ୍ତି ସନ୍ତୋଷ ଖଟୁଆ। ନୀଳଗିରିରୁ ବିଜେଡି ସୁକାନ୍ତ ନାୟକଙ୍କୁ ଟିକେଟ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri