ସମୁଦ୍ରରେ ପୋଲିସ ପକ୍ଷରୁ ପାଟ୍ରୋଲିଂ ଆରମ୍ଭ

ଛତ୍ରପୁର,୧୭ା୧୧(ଡି.ଏନ.ଏ) – ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ପକ୍ଷରୁ ସମୁଦ୍ରରେ ସ୍ବତନ୍ତ୍ର ବୋଟ୍‌ ଦ୍ୱାରା ପାଟ୍ରୋଲିଂ ଆରମ୍ଭ ହୋଇଛି । ମେରାଇନ୍‌ ଥାନା ଅଧୀନରେ ଗଞ୍ଜାମ ବ୍ଲକର ପ୍ରୟାଗୀଠାରୁ ହରିପୁର ପର୍ଯ୍ୟନ୍ତ ୩୩ କି.ମି. ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ନିୟମିତ ପାଟ୍ରୋଲିଂ କରାଯିବ । ସମୁଦ୍ରରେ କୌଣସି ବାହାର ଦେଶରୁୁ ଆସୁଥିବା ବୋଟ୍‌ ଉପରେ ଉକ୍ତ ଥାନା ପକ୍ଷରୁ ନଜର ରଖାଯାଉଛି । ସ୍ବତନ୍ତ୍ର ବୋଟକୁ ଚଳାଇବା ପାଇଁ ୭ ଟେକ୍ନିକାଲ କର୍ମଚାରୀ ରହିଛନ୍ତି। ୨୦୦୮ରେ ବମ୍ବେରେ ସମୁଦ୍ରପଥ ଦେଇ ଆସିଥିବା ଆତଙ୍କବାଦୀ ଆକ୍ରମଣ କରିଥିଲେ। ଏହାପରେ ଗଞ୍ଜାମ ଜିଲାର ଆର୍ଯ୍ୟପଲ୍ଲୀ ଓ ଚିକିଟି ଅଞ୍ଚଳରେ ମେରାଇନ୍‌ ଥାନା ପ୍ରତିଷ୍ଠା ହୋଇଥିଲା । ସୂଚନାଯୋଗ୍ୟ, ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନାର ୨ଟି ଯାକ ବୋଟ୍‌ ଅଚଳ ହୋଇ ଦୀର୍ଘ ବର୍ଷ ହେଲା ପୋର୍ଟ ପରିସରରେ ରହିଥିଲା । ଆବଶ୍ୟକ ପଡିଲେ ସ୍ଥାନୀୟ ଡଙ୍ଗାକୁ ନେଇ ମେରାଇନ୍‌ ଥାନା ପୋଲିସ ସମୁଦ୍ରରେ ପାଟ୍ରୋଲିଂ କରୁଥିଲା । ଗତ ଅଗଷ୍ଟ ମାସରେ ଏହି ସ୍ବତନ୍ତ୍ର ବୋଟ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri