ସମୁଦ୍ରରେ ବୁଡ଼ିଲା ଡଙ୍ଗା: ଜଣେ ମସ୍ୟଜୀବୀଙ୍କ ଜୀବନ ଗଲା, ୪ ପହଁରି ପହଁରି କୂଳକୁ ଫେରିଲେ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟାରେ ସମୁଦ୍ରରେ ଡ଼ଙ୍ଗା ବୁଡିଯିବାରୁ ଜଣେ ମସ୍ୟଜୀବୀଙ୍କ ମୃତ୍ୟ ଘଟିଛି। ଅନ୍ୟ ୪ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଫେରିଆସିଛନ୍ତି। ମୃତକ ହେଲେ ପୋଡ଼ମପେଟା ଗ୍ରାମର ସି.ଏଚ୍‌. ଦାନେୟା। ସୂଚନା ମୁତାକବ, ଶୁକ୍ରବାର ରାତିରେ ପୋଡ଼ମପେଟା ଗ୍ରାମର ୫ ମତ୍ସ୍ୟଜୀବୀ ମାଛ ମାରିବାକୁ ଡ଼ଙ୍ଗାଧରି ସମୁଦ୍ରକୁ ଯାଇଥିଲେ। ମାଛ ମାରିବା ବେଳେ ହଟାତ୍‌ ଡ଼ଙ୍ଗାଟି ସମୁଦ୍ରରେ ବୁଡି ଯାଇଥିଲା। ଡଙ୍ଗାରେ ଥିବା ୫ଜଣଙ୍କ ମଧ୍ୟରୁ ଚାରି ଜଣ ପାଣିରେ ପହଁରି ଚାଲିଆସିଥିବା ବେଳେ ଜଣେ ନିଖୋଜ ହୋଇଯାଇଥିଲେ। ଶନିବାର ସକାଳେ ପ୍ରୋୟୋଗୀ ନିକଟସ୍ଥ ସମୁଦ୍ରକୂଳରୁ ଦାନେୟାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏ ନେଇ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ସମସ୍ତ ମତ୍ସ୍ୟଜୀବୀ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସେମାନଙ୍କୁ ସରକାର ତଥା ଜିଲା ପ୍ରଶାସନ ପକ୍ଷରୁ ଆର୍ଥିକ ସହାୟତା ଦେବା ନିମନ୍ତେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri