ସମୁଦ୍ରରେ ବୁଡ଼ିଲା ଡଙ୍ଗା: ଜଣେ ମସ୍ୟଜୀବୀଙ୍କ ଜୀବନ ଗଲା, ୪ ପହଁରି ପହଁରି କୂଳକୁ ଫେରିଲେ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟାରେ ସମୁଦ୍ରରେ ଡ଼ଙ୍ଗା ବୁଡିଯିବାରୁ ଜଣେ ମସ୍ୟଜୀବୀଙ୍କ ମୃତ୍ୟ ଘଟିଛି। ଅନ୍ୟ ୪ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ ଫେରିଆସିଛନ୍ତି। ମୃତକ ହେଲେ ପୋଡ଼ମପେଟା ଗ୍ରାମର ସି.ଏଚ୍‌. ଦାନେୟା। ସୂଚନା ମୁତାକବ, ଶୁକ୍ରବାର ରାତିରେ ପୋଡ଼ମପେଟା ଗ୍ରାମର ୫ ମତ୍ସ୍ୟଜୀବୀ ମାଛ ମାରିବାକୁ ଡ଼ଙ୍ଗାଧରି ସମୁଦ୍ରକୁ ଯାଇଥିଲେ। ମାଛ ମାରିବା ବେଳେ ହଟାତ୍‌ ଡ଼ଙ୍ଗାଟି ସମୁଦ୍ରରେ ବୁଡି ଯାଇଥିଲା। ଡଙ୍ଗାରେ ଥିବା ୫ଜଣଙ୍କ ମଧ୍ୟରୁ ଚାରି ଜଣ ପାଣିରେ ପହଁରି ଚାଲିଆସିଥିବା ବେଳେ ଜଣେ ନିଖୋଜ ହୋଇଯାଇଥିଲେ। ଶନିବାର ସକାଳେ ପ୍ରୋୟୋଗୀ ନିକଟସ୍ଥ ସମୁଦ୍ରକୂଳରୁ ଦାନେୟାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏ ନେଇ ସରପଞ୍ଚ ଦିଲ୍ଲୀପ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ସମସ୍ତ ମତ୍ସ୍ୟଜୀବୀ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ସେମାନଙ୍କୁ ସରକାର ତଥା ଜିଲା ପ୍ରଶାସନ ପକ୍ଷରୁ ଆର୍ଥିକ ସହାୟତା ଦେବା ନିମନ୍ତେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri