ଆସିକା,୨୪ା୫(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଆସିକା ଥାନା ଅଧୀନ ବାଲିସିରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମରେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଦୁଇ ପରିବାର ମଧ୍ୟରେ ଲାଗିଥିବା ବିବାଦ ଉଗ୍ରରୂପ ନେଇଛି। ବୁଧବାର ରାତି ପ୍ରାୟ ୧୦ଟାରେ ହୋଇଥିବା ଗଣ୍ଡଗୋଳରେ ଗୋଟିଏ ପରିବାରର ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା ବେଳେ ତାଙ୍କ ଝିଅ, ପୁଅ ଆହତ ହୋଇଛନ୍ତି। ମୃତ ମହିଳା ହେଲେ କାଳିଆ ବେହେରା (୫୬)। ତାଙ୍କ ପୁଅ ବୁଲୁ ବେହେରା (୩୪) ଓ ଝିଅ ଗୀତା ବେହେରା (୩୦) ଆହତ ହୋଇଥିବାରୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ଉଭୟଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି ା କାଳିଆଙ୍କ ଅନ୍ୟ ଜଣେ ପୁଅ ବାବୁରାମ ବେହେରା ଏ
ନେଇ ଗୁରୁବାର ଆସିକା ଥାନାରେ ଅଭିଯୋଗ କରିଛନ୍ତି। ପୂର୍ବ ଶତ୍ରୁତା ଓ ସମ୍ପତ୍ତି ଭାଗବଣ୍ଟାକୁ ନେଇ ଆକ୍ରମଣ କରାଯାଇଥିବା ସେ ଦର୍ଶାଇଛନ୍ତି। ଏହାକୁ ଭିତ୍ତିକରି ପୋଲିସ ଆକ୍ରମଣକାରୀ ପରିବାରର ମା’, ବାପା ଓ ଦୁଇ ପୁଅଙ୍କ ନାମରେ ନଂ.୧୬୫/୧୯ରେ ମାମଲା ରୁଜୁ କରାଯାଇଛି। ସେମାନଙ୍କ ମଧ୍ୟରୁ ଅଭିଯୁକ୍ତ ବାପା ବିଜୟ ବେହେରା (୬୦)ଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟମାନେ ଫେରାର ଥିବା ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୪ ବର୍ଷ ପୂର୍ବରୁ ସମ୍ପତ୍ତି ଭାଗବଣ୍ଟାକୁ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇଥିଲା। ଏ ନେଇ ଆସିକା ଥାନାରେ ଅଭିଯୋଗ ମଧ୍ୟ ହୋଇଥିଲା। ବୁଧବାର ରାତିରେ କୌଣସି ଏକ କଥାକୁ ନେଇ ପ୍ରଥମେ ୨ ପରିବାର ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। ବିଜୟ ଓ ତାଙ୍କ ପରିବାର ଲୋକେ କାତିରେ ଆକ୍ରମଣ କରିବାରୁ କାଳିଆ ଓ ତାଙ୍କ ପୁଅ ବୁଲୁ ଓ ଝିଅ ଗୀତା ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ କାଳିଆଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତଦେହକୁ ପୋଲିସ ଜବତ କରି ଗୁରୁବାର ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ା ଘଟଣାର ତଦନ୍ତ ଚାଲିଥିବା ପୋଲିସ କହିଛି।
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
Archives

