ସମ୍ପର୍କ ଯୋଡ଼ିବାର ମାଧ୍ୟମ

୧୯୧୫ ମସିହା ୯ ଜାନୁୟାରୀରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ସ୍ବଦେଶ ଫେରିଥିଲେ। ଏହି ଦିବସକୁ ସ୍ମରଣ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଏହି ଦିନକୁ ପ୍ରବାସୀ ଭାରତୀୟ ଦିବସ ଭାବେ ପାଳନ କରାଯାଉଛି। ୨୦୦୩ରୁ ଏହି ଦିବସ ପ୍ରଥମେ ଦିଲ୍ଲୀରେ ପାଳନ କରାଯାଇଥିଲା। ସେବେଠାରୁ ଏହା ପ୍ରତିବର୍ଷ ପାଳନ କରାଯାଉଛି। ଏହି ଦିବସରେ ପ୍ରବାସୀ ଭାରତୀୟମାନେ ଭାରତ ପ୍ରତି ସେମାନଙ୍କ ଭାବନା ଅଭିବ୍ୟକ୍ତ କରିବାର ସୁଯୋଗ ପାଉଛନ୍ତି। ଦେଶବାସୀଙ୍କ ସହିତ ସକାରାତ୍ମକ ଆଲୋଚନା କରିବା ଲାଗି ଏକାଠି ହେଉଛନ୍ତି ଉକ୍ତ ଦିବସରେ।
ବିଶ୍ୱର ୪୮ଟି ଦେଶରେ ପ୍ରବାସୀ ଭାରତୀୟଙ୍କ ସଂଖ୍ୟା ପ୍ରାୟ ୨ କୋଟି ଊଦ୍ଧ୍ୱର୍ର୍। ଏମାନଙ୍କ ମଧ୍ୟରୁ ୧୧ଟି ଦେଶରେ ୫ ଲକ୍ଷରୁ ବେଶି ସେହି ଦେଶର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ପାଲଟିଛନ୍ତି ଏବଂ ଆର୍ଥିକ ଓ ରାଜନୈତିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛନ୍ତି। ଏହି ସବୁ ଦେଶରେ ଏମାନଙ୍କର ଆର୍ଥିକ, ଶିକ୍ଷାଗତ ଓ ବ୍ୟବସାୟିକ ଦକ୍ଷତାର ଭିତ୍ତିଭୂମି ଖୁବ୍‌ ମଜଭୂତ । ବିଶ୍ୱରେ ୧୧୦ଟି ଦେଶରେ ପ୍ରବାସୀ ଭାରତୀୟମାନଙ୍କ ନେଟ୍‌ଓ୍ବର୍କ ମଧ୍ୟ ରହିଛି। ଭାରତ ସହ ଅନ୍ୟ ଦେଶମାନଙ୍କର ମଧୁର ସମ୍ପର୍କ ଗଢ଼ିବାରେ ପ୍ରବାସୀ ଭାରତୀୟମାନଙ୍କ ଭୂମିକା ସମ୍ପର୍କରେ ଏହି ଦିବସରେ ଲୋକମାନଙ୍କୁ ଅବଗତ କରିବାର ସୁଯୋଗ ପ୍ରାପ୍ତ ହୁଏ। ମୁଖ୍ୟତଃ ଭାରତର ଯୁବପିଢିଙ୍କୁ ପ୍ରବାସୀ ଭାରତୀୟଙ୍କ ସହ ଯୋଡିବାରେ ଏହି ଦିବସ ମୁଖ୍ୟ ଭୂମିକା ନିଭାଇଥାଏ। ଏହି ଅବସରରେ ବିଦେଶରେ ଭାରତୀୟ ଶ୍ରମଜୀବୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ବିଷୟରେ ବିଚାର ବିମର୍ଶ କରାଯାଏ। ଏହି ଦିବସରେ ଭାରତ ସରକାରଙ୍କ ପକ୍ଷରୁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରବାସୀ ଭାରତୀୟ ସମ୍ମାନ ପ୍ରଦାନ କରାଯାଏ। ପ୍ରବାସୀ ଭାରତୀୟଙ୍କୁ ସେମାନଙ୍କ କ୍ଷେତ୍ରରେ ଅସାଧାରଣ ଯୋଗଦାନ ପାଇଁ ଏହା ପ୍ରଦାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri