ସମ୍ପର୍କୀୟଙ୍କ ଆକ୍ରମଣରେ ଯୁବକଙ୍କ ଜୀବନ ଗଲା

ଆନନ୍ଦପୁର,୧୨।୪ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ପଣଷଡିହା ପଞ୍ଚାୟତ ସିକାବେଡା ଗ୍ରାମରେ ସମ୍ପର୍କୀୟଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ ଶନିବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ସୂଚନା ଅନୁଯୟୀ, ଶୁକ୍ରବାର ସନ୍ଧ୍ୟାରେ ଦିବାର ପୂର୍ତ୍ତୀ (୩୮) ସେହି ଗ୍ରାମରେ ଥିବା ସମ୍ପର୍କୀୟଙ୍କ ଗ୍ରସୋରି ଦୋକାନକୁ ଯାଇଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟଙ୍କ ପ୍ରଥମେ ବଚସା ଓ ପରେ ମାରପିଟ ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦିବାରଙ୍କର ମୃତ୍ୟୁ ହୋଇଥିଲା। ଆନନ୍ଦପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଥାନାରେ ଏକ ମାମଲା (ନଂ.୬୦/୨୦) ରୁଜୁ ହୋଇଛି। ଏହି ଆକ୍ରମଣରେ ସାମିଲ ଥିବା ୨ଯୁବକ ଫେରାର ଥିବା ଥାନା ଅଧିକାରୀ ଗଗନ ବିଶ୍ୱାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri