ଆନନ୍ଦପୁର,୧୨।୪ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ପଣଷଡିହା ପଞ୍ଚାୟତ ସିକାବେଡା ଗ୍ରାମରେ ସମ୍ପର୍କୀୟଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପୋଲିସ ଶନିବାର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ ସୂଚନା ଅନୁଯୟୀ, ଶୁକ୍ରବାର ସନ୍ଧ୍ୟାରେ ଦିବାର ପୂର୍ତ୍ତୀ (୩୮) ସେହି ଗ୍ରାମରେ ଥିବା ସମ୍ପର୍କୀୟଙ୍କ ଗ୍ରସୋରି ଦୋକାନକୁ ଯାଇଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଉଭୟଙ୍କ ପ୍ରଥମେ ବଚସା ଓ ପରେ ମାରପିଟ ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦିବାରଙ୍କର ମୃତ୍ୟୁ ହୋଇଥିଲା। ଆନନ୍ଦପୁର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଥାନାରେ ଏକ ମାମଲା (ନଂ.୬୦/୨୦) ରୁଜୁ ହୋଇଛି। ଏହି ଆକ୍ରମଣରେ ସାମିଲ ଥିବା ୨ଯୁବକ ଫେରାର ଥିବା ଥାନା ଅଧିକାରୀ ଗଗନ ବିଶ୍ୱାଳ କହିଛନ୍ତି ।
Posted inଆମ ଜିଲା ଖବର, କେନ୍ଦୁଝର View All
ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...
ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା
ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...
ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ
ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...
ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ
ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...
କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…
ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...
ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି
ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...
ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…
ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...
ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା
ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...
Archives


