‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରାଯିବ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁ ହାର ହ୍ରାସ ଲାଗି କାର୍ଯ୍ୟକାରୀ ହେଉଥିବା ‘ସମ୍ପୂର୍ଣ୍ଣା’ ଯୋଜନାକୁ ଅଧିକ କ୍ରିୟାଶୀଳ କରିବାକୁ ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ଏଥିଲାଗି ଆୟୋଜିତ ଏକ ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ଏହି ନିର୍ଦ୍ଦେଶ ଦେବା ସହ ଏକ କମିଟି ଗଠନ କରିବା ସହ ମାସକ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ଲାଗି କହିଛନ୍ତି।

ଦ୍ୱାଦଶ ପଞ୍ଚବାର୍ଷିକ ଯୋଜନାନୁଯାୟୀ ଯେଉଁ ଲକ୍ଷ୍ୟ ଦିଆଯାଇଥିଲା ତାହା ହାସଲ ହୋଇଛି। ହେଲେ ଏହି ଯୋଜନାକୁ ଅଧିକ କ୍ରିୟାଶୀଳ କରି ଓଡ଼ିଶାକୁ ଏକ ନମ୍ବର ସ୍ଥାନରେ ପହଞ୍ଚାଇବାକୁ ହେବ ବୋଲି ମନ୍ତ୍ରୀ କହିଛନ୍ତି। ୨୦୧୧-୧୩ରେ ରାଜ୍ୟରେ ପ୍ରତି ୧ଲକ୍ଷ ପ୍ରସୂତିଙ୍କ ମଧ୍ୟରୁ ୨୨୨ଜଣଙ୍କ ମୃତ୍ୟୁ ଘଟୁଥିବା ବେଳେ ୨୦୧୪-୧୬ ସୁଦ୍ଧା ତାହା ୧୮୦କୁ ହ୍ରାସ ପାଇଛି। ତେବେ ୨୦୨୦ ସୁଦ୍ଧା ଏହି ଯୋଜନା ମାଧ୍ୟମରେ ଏହା ୧୧୭ ଓ ୨୦୩୦ରେ ଏହା ୭୦ରେ ପହଞ୍ଚାଇବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ସେହିଭଳି ୨୦୨୦ ସୁଦ୍ଧା ଶିଶୁ ମୃତ୍ୟୁ ସଂଖ୍ୟାକୁ ୩୦କୁ ହ୍ରାସ କରାଯିବା ଲାଗି ଲକ୍ଷ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri