ସମ୍ପୂର୍ଣ୍ଣାଙ୍କୁ ଗ୍ରହଣ କଲେ ବାଙ୍ଗାଲୋରର ଦମ୍ପତି

ସୋନପୁର,୧୨।୬(ନି.ପ୍ର.)ସୁବର୍ଣ୍ଣପୁରର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର(ସା)ରେ ରହୁଥିବା ଶିଶୁ କନ୍ୟା(ସମ୍ପୂର୍ଣ୍ଣା)ଙ୍କୁ ବାଙ୍ଗାଲୋରରେ ରହୁଥିବା ଦମ୍ପତି ମଙ୍ଗଳବାର ଗ୍ରହଣ କରିଛନ୍ତି। ଏହି ଶିଶୁକୁ ଜିଲା ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ହିମାଂଶୁ ଭୂଷଣ ନାୟକ ସମ୍ପୃକ୍ତ ଆଇଟି ଇଞ୍ଜିନିୟର ଦମ୍ପତିଙ୍କୁ ପ୍ରଦାନ କରିଥିଲେ। ଉକ୍ତ ଶିଶୁଟି ୧୦ ଦିନର ହୋଇଥିବା ବେଳେ ତାର ମା’ ଶିଶୁ ମଙ୍ଗଳ ସମିତିକୁ ଗତ ୨୦୧୮ ଡିସେମ୍ବର ମାସରେ ହସ୍ତାନ୍ତର କରିଥିଲେ। ଆଇନଗତ ପ୍ରକ୍ରିୟା ସରିବା ପରେ ପୋଷ୍ୟ ସନ୍ତାନ ଗ୍ରହଣ ପାଇଁ ଆଇନତଃ ଘୋଷଣା କରାଯାଇଥିଲା। ଏହି ହସ୍ତାନ୍ତର କାର୍ଯ୍ୟକ୍ରମ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ସମିତି ଅଧ୍ୟକ୍ଷ ନାୟକଙ୍କ ସମେତ ସଭ୍ୟ ମଧୁସୂଦନ ପଧାନ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ, ଆଇନ ଅଧିକାରୀ କେଶବ ଚନ୍ଦ୍ର ମେହେର, ସୁରକ୍ଷା ଅଧିକାରୀ ବିଜୟ କୁମାର ବିଶ୍ୱାଳ, କାଉନସେଲର ପ୍ରଶାନ୍ତ ମହାକୁଡ, ଥବିର କାଲସେ, ସାର ପରିଚାଳକ ମୃତ୍ୟୁଞ୍ଜୟ ଭୁଜବଳ ଓ ସଂଯୋଜକ ତ୍ରିନାଥ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri