ସମ୍ବର୍ଦ୍ଧନା ପରେ ସଙ୍ଗରୋଧ

କଟକ ଅଫିସ,୫ା୬: ପଶ୍ଚିମବଙ୍ଗରେ ସେଠାକାର ସରକାରଙ୍କ ଅନୁରୋଧକ୍ରମେ ବାତ୍ୟା ଅମ୍ଫନ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ଓଡ଼ିଶାର ଅଗ୍ନିଶମ ବାହିନୀ। ମୁଖ୍ୟ ଅଗ୍ନିଶମ ଅଧିକାରୀ ମହେଶ୍ୱର ସ୍ବାଇଁଙ୍କ ନେତୃତ୍ୱରେ ୩୭୨ ଜଣ ଅଗ୍ନିଶମ କର୍ମଚାରୀ କରୋନା ଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ସେଠାରେ ସଫଳତାର ସହ ଉଦ୍ଧାର କାର୍ଯ୍ୟ ସାରି ପ୍ରଶଂସା ସାଉଣ୍ଟି ଓଡ଼ିଶା ଫେରିଛନ୍ତି। ଶନିବାର ଏହି ଟିମ୍‌ ଓଡ଼ିଶା ଫେରିବା ପରେ ନରାଜସ୍ଥିତ ଓଡ଼ିଶା ଅଗ୍ନିଶମ ଓ ବିପର୍ଯ୍ୟୟ ପ୍ରଶମନ ପ୍ରତିଷ୍ଠାନରେ ରାଜ୍ୟ ଅଗ୍ନିଶମ ମହାନିର୍ଦ୍ଦେଶକ ଡ. ସତ୍ୟଜିତ ମହାନ୍ତି ସମସ୍ତଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାପରେ ସମସ୍ତ ଅଗ୍ନିଶମ କର୍ମଚାରୀ ସଙ୍ଗରୋଧକୁ ଯାଇଛନ୍ତି। ଭୁବନେଶ୍ୱର ଉତ୍ତରାଛକସ୍ଥିତ କୃପାଜଳ ଇଞ୍ଜିନିୟରିଂ କଲେଜ ଓ ଗୋଠପାଟଣାସ୍ଥିତ ରାଜସ୍ବ ଅଧିକାରୀ ତାଲିମ କେନ୍ଦ୍ରରେ ସେମାନଙ୍କୁ ୧୪ଦିନିଆ ସଙ୍ଗରୋଧରେ ରଖାଯିବ। ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ କୋଭିଡ୍‌ ଟେଷ୍ଟ ମଧ କରାଯିବ। ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ।
ଉଲ୍ଲେଖଯୋଗ୍ୟ, ଗତ ୨୪ ତାରିଖରେ କଲିକତା ଯାଇଥିବା ଓଡ଼ିଶା ଅଗ୍ନିଶମ ବାହିନୀ ପଶ୍ଚିମବଙ୍ଗର ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୨୫୫୦ଟି ଗଛ ସଫା କରିଥିବା ବେଳେ ୭୧୭ଟି ବିଦ୍ୟୁତ୍‌ ଖୁଣ୍ଟ ରାସ୍ତାରୁ ହଟାଇଥିଲା। ଏଥିପାଇଁ ପଶ୍ଚିମବଙ୍ଗ ନଗର ଉନ୍ନୟନ ମନ୍ତ୍ରୀ, ପ୍ରମୁଖ ଶାସନ ସଚିବ ଏହି ଟିମ୍‌କୁ ପ୍ରଶଂସାପତ୍ର ଦେଇଛନ୍ତି। କଲକିତା ମେୟର ଓ ନଗର ଉନ୍ନୟନ ମନ୍ତ୍ରୀ ମଧ୍ୟ ସେମାନଙ୍କୁ ସମ୍ବର୍ଦ୍ଧିତ କରିନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?