ସମ୍ବଲପୁର ଏମ୍‌ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ

ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ ସଭାରେ ଯୋଗଦେଇ ଦଳୀୟ ସଙ୍ଗଠନକୁ ତୃଣମୂଳ ସ୍ତରରୁ ମଜବୁତ କରିବା ପାଇଁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ଅବସରରେ ଟାଙ୍ଗିର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା କଂଗ୍ରେସ ପୂର୍ବତନ ଜିଲା ପରିଷଦ ସଭ୍ୟ ଉମେଶ ଚନ୍ଦ୍ର ପ୍ରଧାନ ତାଙ୍କ ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଆସି ଭାଜପାରେ ସାମିଲ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଗସ୍ତି ବେହେରା, ଅନୁଗୋଳ ସାଧାରଣ ସମ୍ପାଦକ ଚୌଧୁରୀ ପ୍ରଧାନ, ସମ୍ପାଦକ ବିଜୟ ମାଝୀ, ଭାଜପା ବରିଷ୍ଠ ନେତା ଗତିକୃଷ୍ଣ ପ୍ରଧାନ, ସରପଞ୍ଚ ସୁଧାକର ସାହୁଙ୍କ ସମେତ ବହୁ ଭାଜପା କର୍ମୀ ଉପସ୍ଥିତ ଥିଲେ। ଏହାପରେ ଏମ୍‌ପି ଗଙ୍ଗଦେବ କୋଶଳା ଗସ୍ତ କରି ମା’ ରାମଚଣ୍ଡୀଙ୍କ ଦର୍ଶନ କରିବା ସହିତ ଜନସାଧାରଣଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ…

ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…

ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି।…

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri