ସମ୍ଭାବନା ବିକଶିତ ହେଲେ ମିଳିବ ନିଯୁକ୍ତି ସୁଯୋଗ

ବାଲେଶ୍ୱର ଅଫିସ, ୧୦।୬-କେନ୍ଦ୍ରରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଅପରାହ୍ନରେ ସେ ଜିଲାପାଳ ଓ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବା ଅବସରରେ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଓ ଯୋଜନା ସମ୍ପର୍କରେ ସମୀକ୍ଷା କରିଛନ୍ତି। ସ୍ଥାନୀୟ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲାବାସୀଙ୍କ ତରଫରୁ ଜିଲାପାଳ ରମେଶ ଚନ୍ଦ୍ର ରାଉତ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ସେଠାରେ ଉପସ୍ଥିତ ଅନ୍ୟ ଜିଲାସ୍ତରୀୟ ବରିଷ୍ଠ ଅଧିକାରୀଙ୍କ ସମେତ ବିଭିନ୍ନ ଶିଳ୍ପାନୁଷ୍ଠାନର କର୍ମକର୍ତ୍ତା କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ। ମନ୍ତ୍ରୀ ଷଡ଼ଙ୍ଗୀ ସମୀକ୍ଷା ବୈଠକରେ କହିଥିଲେ ବାଲେଶ୍ୱର ଜିଲାରେ ମତ୍ସ୍ୟ ଉତ୍ପାଦନ ବୃଦ୍ଧିର ଯଥେଷ୍ଟ ସମ୍ଭାବନା ଓ ସୁଯୋଗ ରହିଛି। ଜିଲାରେ ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଏ ସମ୍ପର୍କିତ ଭିଜନ ଡକୁମେଣ୍ଟ, ବ୍ଲୁ-ପ୍ରିଣ୍ଟ, ବ୍ୟୟ ଅଟକଳ ଓ ଯୋଜନା ପ୍ରସ୍ତୁତ କରି ଉପସ୍ଥାପନ କରିବାକୁ ସେ ଜିଲାପାଳ ତଥା ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।
ବୈଠକରେ ଡିଆଇସି ଜିଏମ ହରିହର ଜେନା ଜିଲାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଜିଲାରେ ନୂତନ ଶିଳ୍ପ ପ୍ରତିଷ୍ଠା ପାଇଁ ଉଦ୍ୟୋଗୀମାନଙ୍କୁ ସମସ୍ତ ପ୍ରକାର ପ୍ରୋତ୍ସାହନ ଏବଂ ସୁବିଧା ଯୋଗାଇ ଦେବା ଏବଂ ଉତ୍ପାଦିତ ସାମଗ୍ରୀର ବିପଣନ ଦିଗରେ କେନ୍ଦ୍ରସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଥିଲେ। ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ଜିଲାକୁ ସ୍ବାବଲମ୍ବୀ କରିବା ସକାଶେ ପଦକ୍ଷେପ ନିଆଯିବ। ଏ ସମ୍ବନ୍ଧିତ ଶିଳ୍ପ ପ୍ରତିଷ୍ଠା ପାଇଁ ମଧ୍ୟ ଉଦ୍ୟମ କରାଯିବ ବୋଲି ସେ ଉଲ୍ଲେଖ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସଦର ବିଧାୟକ ମଦନମୋହନ ଦତ୍ତ, ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ଅଧିକାରୀ ତ୍ରିଲୋଚନ ପ୍ରଧାନ, ବାଲେଶ୍ୱର ଉପଜିଲାପାଳ ନୀଲୁ ମହାପାତ୍ର, ରେମୁଣାର ପୂର୍ବତନ ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ସମେତ ବିଭାଗୀୟ ଅଧିକାରୀ, ଶିଳ୍ପ ଓ ବାଣିଜ୍ୟ ଅନୁଷ୍ଠାନର କର୍ମକର୍ତ୍ତା ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?